Shree Mandir: ଦୁଇ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ, ଗଜଉଦ୍ଧାରଣ ନୀତି ପାଇଁ କାର୍ଯ୍ୟ ସ୍ଥଗିତ
ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରହିବ । ଫେବ୍ରୁଆରି ୧୨ ଏବଂ ୧୩ ତାରିଖରେ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି । ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ସମ୍ପର୍କିତ ବିଶେଷ ନୀତି ଥିବାରୁ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି ବନ୍ଦ ରହିବ । ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।
ଠିକ ସମୟରେ ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ନୀତିକାନ୍ତି ସମ୍ପାଦନ ଏବଂ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରିବା ଉଦ୍ଦେଶ୍ୟରେ ଆସନ୍ତା ୧୨ ଏବଂ ୧୩ ତାରିଖ ଦୁଇଦିନ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସ୍ଥଗିତ ରଖାଯାଇଛି । ଏହପରି ପୁନର୍ବାର ମରାମତି କାର୍ଯ୍ୟ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

ସୂଚନାଯୋଗ୍ୟ, ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି ୨ ଏବଂ ୩ ତାରିଖ ତଥା ଫେବୃଆରୀ ୫ ଓ ୬ ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଥିଲା । ଏହି ଦିନ ବ୍ୟତୀତ ଅନ୍ୟ ଦିନରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି କାମ ଚାଲୁ ରହିବ ବୋଲି କୁହାଯାଇଥିଲା ।
ଉଲ୍ଲେଖଯୋଗ୍ୟ ଏଏସ୍ଆଇ ପୁଣିଥରେ ଗତ ୨୭ ତାରିଖଠାରୁ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ କରିଥିଲା। ଶ୍ରୀମନ୍ଦିର ପ୍ରଶାସନ ଚିଠିକ୍ରମେ ଗତ ଜାନୁଆରି ୨୬ ପର୍ଯ୍ୟନ୍ତ ଏଏସ୍ଆଇ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରଖିଥିଲା।












Click it and Unblock the Notifications