କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ବନ୍ଦ ରହିବ ଜଗା ଦର୍ଶନ
ଶ୍ରୀମନ୍ଦିରରେ ଭିଡ଼କୁ ନଜିରରେ ରଖି ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇଛି। ସକାଳ ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଦର୍ଶନ ବ୍ୟବସ୍ଥା କରାଯାଇଛି। ଆଜି ଓ ଆସନ୍ତାକାଲି(ଗୁରୁବାର) ଅର୍ଥାତ ୧୭ ଓ ୧୮ ତାରିଖ ଦୁଇ ଦିନ ଦର୍ଶନ ସାକାଳ ୭ଟିରୁ ରାତି ୧୧ଟା ପର୍ଯ୍ୟନ୍ତ ଚାଲ
ପୁରୀ: ଶ୍ରୀମନ୍ଦିରରେ ଭିଡ଼କୁ ନଜିରରେ ରଖି ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇଛି। ସକାଳ ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଦର୍ଶନ ବ୍ୟବସ୍ଥା କରାଯାଇଛି। ଆଜି ଓ ଆସନ୍ତାକାଲି(ଗୁରୁବାର) ଅର୍ଥାତ ୧୭ ଓ ୧୮ ତାରିଖ ଦୁଇ ଦିନ ଦର୍ଶନ ସାକାଳ ୭ଟିରୁ ରାତି ୧୧ଟା ପର୍ଯ୍ୟନ୍ତ ଚାଲିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ବସିଥିବା ଭର୍ଚୁଆଲ୍ ବୈଠକରେ ଏପରି ନିଷ୍ପତ୍ତି ନିଆଯାଇଛି।

ତେବେ ୧୯ ତାରିଖ କାର୍ତ୍ତିକ ପୂର୍ଣ୍ଣିମା ଦିନ ବନ୍ଦ ରହିବ ଶ୍ରୀମନ୍ଦିର। ଭକ୍ତମାନେ ଶ୍ରୀମନ୍ଦିର ଭିତରକୁ ଯାଇପାରିବେ ନାହିଁ। ଭିଡ଼କୁ ଲକ୍ଷ୍ୟ କରି ଏଭଳି ନିଷ୍ପତ୍ତି କରାଯାଇଛି ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛନ୍ତି। ଆଜିର ବୈଠକରେ ଜିଲ୍ଲାପାଳ, ନୀତି ପ୍ରଶାସକ, ଉନ୍ନୟନ ପ୍ରଶାସକ ଓ ପରିଚାଳନା କମିଟି ସଦସ୍ୟ ପ୍ରମୁଖ ଉପସ୍ଥିତ ରହିଥିଲେ।
ସୂଚନାରୁ ପ୍ରକାଶ, କାର୍ତ୍ତିକ ପୂର୍ଣ୍ଣିମାନେ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ ପରିଲକ୍ଷିତ ହୋଇଥାଏ। ଶ୍ରଦ୍ଧାଳୁମାନେ ଡଙ୍ଗା ଭସାଇ ସକାଳେ ସକାଳେ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସିଥାନ୍ତି। ଯେଉଁଥିପାଇଁ ଶ୍ରୀମନ୍ଦିରରେ ଭିଡ଼ ପରିଲକ୍ଷିତ ହୋଇଥାଏ। ଭିଡ ହେଲେ କୋଭିଡ୍ ବଢ଼ିବାର ସମ୍ଭାବନା ରହିଛି। ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଏପରି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ମିଳୁନି ସିଲିଣ୍ଡର ; ଘରେ ଲୁଚାଇ ରଖିଥିଲେ ୫୫ ଗ୍ୟାସ୍ ସିଲିଣ୍ଡର, ଜବତ କଲା ପ୍ରଶାସନ -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ପୁଣି ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ, ଅନେକ ମୃତାହତ -
ହର୍ମୁଜ ପ୍ରଣାଳୀ ବନ୍ଦ ରହିବା ଉଚିତ୍- ମୋଜତାବା












Click it and Unblock the Notifications