Get Updates
Get notified of breaking news, exclusive insights, and must-see stories!

ଆଜିଠୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାମ; ସକାଳ ୬ଟାରୁ ରାତି ୧୦ଟା ହେବ କାମ

ଆଜିଠୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାମ ବିଧିବଦ୍ଧ ଆରମ୍ଭ ହେବ । ପ୍ରତିଦିନ ସକାଳ ୬ଟାରୁ ରାତି ୧୦ ଟା ମଧ୍ୟରେ କାମ କରାଯିବ । ଗରୁଡ଼ ସ୍ତମ୍ଭ ପାଖରେ ଲୁହା ଭାରା ବନ୍ଧାଯିବ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ଏନଓସି । ପ୍ରାରମ୍ଭିକ ପର୍ଯ୍ୟାୟରେ ନାଟମଣ୍ଡପରେ ଲୁହାଭାରା ବନ୍ଧାଯିବ । ତାପରେ ନାଟମଣ୍ଡପରେ ଫାଟଥିବା ବିମକୁ ଯାଞ୍ଚ କରାଯିବ। ଏଏସଆଇର ସ୍ୱତନ୍ତ୍ର ଟେକନିକାଲ ଟିମ୍ ବିମ୍ ମରାମତି କରିବ । ବିମ୍ ତଳେ ଲୁହାଭାରା ବାନ୍ଧି ଷ୍ଟେଜିଂ କରାଯିବ। ଏଥିପାଇଁ ପ୍ରସ୍ତୁତି ସରିଛି ।

କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ ରହୁଥିଲେ ମଧ୍ୟ ତାହା ମଧ୍ୟରେ ସୁବିଧା ଦେଖି କାର୍ଯ୍ଯ କରାଯିବ । ୨୪ତାରିଖରେ ଏଏସଆଇର ବିଶେଷଜ୍ଞ ଦଳ ଅନୁଧ୍ୟାନ ରିପୋର୍ଟ ଦେବା ପରେ ସେହି ଅନୁସାରେ କାର୍ଯ୍ୟ କରାଯିବ ।

ମହାପ୍ରଭୁଙ୍କ ରତ୍ନପଲଙ୍କ ବି ତିଆରି ହେବ। ତିନିଗୋଟି ନୂଆ ରତ୍ନପଲଙ୍କ ବର୍ମାଟିକ୍ କାଠରେ ନିର୍ମିତ କରାଯିବ ଓ ଆସନ୍ତା ଓଡିଆ ନବବର୍ଷରୁ ମହାପ୍ରଭୁ ନୂତନ ରତ୍ନପଲଙ୍କରେ ଶୟନ କରିବେ । ଏହାଛଡା ରତ୍ନପଲଙ୍କରେ ଥିବା ହାତୀଦାନ୍ତକୁ ମଧ୍ୟ ମରାମତି କରାଯିବ ।

shree_mandir

ଶ୍ରୀଜଗନ୍ନାଥ ରିସେପସନ୍ ସେଣ୍ଟର ଠାରୁ ଉତ୍ତରଦୁଆର ପର୍ଯ୍ୟନ୍ତ ହୁଇଲ ଚେୟାର ଯୋଗେ ଦିବ୍ୟାଙ୍ଗ ଭକ୍ତଙ୍କୁ ନିଆଯିବ। ପାଟଅଗଣା ଠାରୁ ପଲି କାର୍ଵୋନେଟ୍ ସ୍ୱତନ୍ତ୍ର ବ୍ୟବସ୍ଥା ଯୋଗେ ଜୟବିଜୟ ଦ୍ବାର ଠାରୁ ମହାପ୍ରଭୁଙ୍କ ଦର୍ଶନ କରିବେ ଦିବ୍ୟାଙ୍ଗ ଭକ୍ତ । ଅନଲାଇନ ମାଧ୍ୟମରେ ମଧ୍ୟ ପଞ୍ଜିକରଣ କରିପାରିବେ ଦିବ୍ୟାଙ୍ଗ ଭକ୍ତ ।

ତେବେ କେଉଁ ନୀତି ପରେ କେତେ ସମୟ ପାଇଁ କାମ ଚାଲିବ ସେ ନେଇ ସ୍ଥିତି ଦେଖି ନିଷ୍ପତ୍ତି ନିଆଯିବ । ମରାମତି କାମ ବେଳେ ଶ୍ରଦ୍ଧାଳୁ, ସେବାୟତଙ୍କ ସୁରକ୍ଷାକୁ ଧ୍ୟାନ ଦିଆଯିବ । ନୀତିକାନ୍ତି ବ୍ୟାଘାତ ନହେଲା ଭଳି ଦେଖି ମରାମତି କାମ ଚାଲିବ । ଯେତେବେଳେ ନୀତିକାନ୍ତି ନଥିବ, ସେହି ସମୟରେ କାମ ହେବ ।

ଏନେଇ ଏଏସଆଇକୁ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ହାଇକୋର୍ଟ । ତେବେ ନାଟମଣ୍ତପ ମରାମତି କାର୍ଯ୍ୟରେ ବିଳମ୍ବ ହୋଇଥିବାରୁ ହାଇକୋର୍ଟ ଏଏସଆଇ ଉପରେ ଅସନ୍ତୋଷ ଝାଡିଥିଲେ ।

ସୂଚନା ଅନୁସାରେ, ଦୈନିକ ୬ ଘଣ୍ଟା ଲେଖାଏଁ କାମ ହେବ ଏବଂ ୧୨୦ ଦିନ ପର୍ଯ୍ୟନ୍ତ କାମ ଚାଲିବ ବୋଲି ସୁପରିଟେଣ୍ତିଂ ଆର୍କିଓଲୋଜିଷ୍ଟ ସୂଚନା ଦେଇଛନ୍ତି ।

ଏହା ସହ ପ୍ରତି ୧୫ ଦିନ ବ୍ୟବଧାନରେ ମରାମତିର ଅଗ୍ରଗତି ରିପୋର୍ଟ ଆମିକସ କ୍ୟୁରୀ ହାଇକୋର୍ଟକୁ ଜଣାଇବେ ବୋଲି ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ଡିସେମ୍ବର ମାସ ୪ରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ବୋଲି ଜଣାଯାଇଛି । ମରାମତି ଲାଗି ସମସ୍ତ ସହଯୋଗ ଯୋଗାଇବ ଶ୍ରୀମନ୍ଦିର ପ୍ରଶାସନ । ଏହା ସହ ପ୍ରତି ୧୫ ଦିନ ବ୍ୟବଧାନରେ ମରାମତିର ଅଗ୍ରଗତି ରିପୋର୍ଟ ଆମିକସ କ୍ୟୁରୀ ହାଇକୋର୍ଟକୁ ଜଣାଇବେ ବୋଲି ନିର୍ଦ୍ଦେଶ ଦିଆଯାଇଛି ।

ଆସନ୍ତା ଡିସେମ୍ବର ମାସ ୪ରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ବୋଲି ଜଣାଯାଇଛି । ମରାମତି ଲାଗି ସମସ୍ତ ସହଯୋଗ ଯୋଗାଇବ ଶ୍ରୀମନ୍ଦିର ପ୍ରଶାସନ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+