ବିଜେଡିରୁ ନିଲମ୍ବନ ହେଲେ ଶ୍ରୀମୟୀ ମିଶ୍ର
ବିଜେଡ଼ିରୁ ବିଦା ହେଲେ ଶ୍ରୀମୟୀ ମିଶ୍ର । ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବିତ ହୋଇଛନ୍ତି । ବିଜେଡ଼ି କାର୍ଯ୍ୟାଳୟ ତରଫରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି । ବିଜେଡି ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ ଏହା କୁହାଯାଇଛି। ବିଜେଡି ଉପସଭାପତି ପ୍ରତାପ ଜେନା ଏହା ସ୍ପଷ୍ଟ କରିଛନ୍ତି।

ବିଜଡେି ଆଜି ଶ୍ରୀମୟୀ ମିଶ୍ରଙ୍କ ସମେତ ମୟୂରଭଂଜ ଜିଲ୍ଲା କପ୍ତିପଦା ବ୍ଲକ ସଭାପତି ସୁବାଷ ଚନ୍ଦ୍ର ସାୟ ଓ ମୟୂରଭଂଜର ପୂର୍ବତନ ଜିଲ୍ଲା ସଂପାଦକ ପ୍ରବୀର ଚନ୍ଦ ସାଇଙ୍କୁ ନିଲମ୍ବନ କରିଛି। ଶ୍ରୀମୟୀ ସୋସିଆଲ ମିଡିଆରେ ଟିପ୍ପଣୀକୁ ନେଇ ଚର୍ଚ୍ଚାରେ ଥିଲେ। 'ଧୃତରାଷ୍ଟ୍ର' ଓ 'ଭଣ୍ଡ ସନ୍ନ୍ୟାସୀ' ଆଦି ପ୍ରସଙ୍ଗ ଉଠାଇ ପରୋକ୍ଷରେ ବିଜେଡିକୁ ଟାର୍ଗେଟ କରୁଥିବା କୁହାଯାଉଛି।












Click it and Unblock the Notifications