ଆଜି ମହାପ୍ରଭୁଙ୍କ ଶ୍ରୀ ରାମା ଭିଷେକ ନୀତି

Puri News: ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହେବ । ସେହିପରି ଶ୍ରୀରାମ ନବମୀଠୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ୍ରା ମଧ୍ୟ ଚଳିତବର୍ଷ ପାଇଁ ଶେଷ ହେବ । ଆଜି ଚଳିତ ବର୍ଷରେ ଶେଷ ସାହିଯାତ୍ରାର ହୋଇଥିବାରୁ ନାଗା, ମେଢ଼, ନବଶିରା, ସପ୍ତଶିରା, ପଞ୍ଚଶିରା, ପାରମ୍ପରିକ ସମରକଳା ଆଦି ପରିବେଷଣ କରାଯିବ ।

ସେହିପରି ଆଜି ମଧ୍ୟାହ୍ନ ଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିବେ ଏବଂ ପରେ ନକ୍ଷତ୍ର ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିବେ । ଜୟବିଜୟ ଦ୍ୱାରରେ ଭୋଗ ଓ ବନ୍ଦାପନା ନୀତି ଅନୁଷ୍ଠିତ ହେବା ପରେ ଦିଅଁ ଦକ୍ଷିଣୀ ଘରକୁ ବିଜେ କରିବେ । ଅନ୍ୟାନ୍ୟ ନୀତି ସରିବା ପରେ ସନ୍ଧ୍ୟାରେ ଅଜ୍ଞାମାଳ ପାଇଁ ଶ୍ରୀରାମ, ଶ୍ରୀ ଲକ୍ଷ୍ମଣ ଓ ଦେବୀସୀତା ପାଲିଙ୍କିଙ୍କୁ ବିଜେ କରି ଶ୍ରୀଜଗନ୍ନାଥ ବଲ୍ଳବ ମଠକୁ ବିଜେ କରିବେ ।

Shri Ram Abhishek niti

ଭବବାନ ଶ୍ରୀରାମଙ୍କ ରୂପାର ପାଦୁକା ଦ୍ବୟ ସାଙ୍ଗରେ ଧରି ଶ୍ରୀଜଗନ୍ନାଥ ବଲ୍ଳବ ମଠରେ ପହଂଚିବା ପରେ ଗୌଡ଼ବାଡ଼ ସାହି ଆଖେଡା ପକ୍ଷରୁ ସେଠାରେ ଶ୍ରୀରାମଙ୍କ ଅଭିଷେକ ନୀତି ଅନୁଷ୍ଠିତ ହେବା । ପରେ ଶ୍ରୀମନ୍ଦିରକୁ ଠାକୁର ବାହୁଡା଼ ବିଜେ କରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+