ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ହେଲେ ରଞ୍ଜନ କୁମାର ଦାସ

ଭୁବନେଶ୍ୱର: ବଦଳିଲେ ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ । ରଞ୍ଜନ କୁମାର ଦାସଙ୍କୁ ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ବିକ୍ରମ ଯାଦବଙ୍କ ସ୍ଥାନରେ ନିଯୁକ୍ତି ପାଇଛନ୍ତି 2007 ବ୍ୟାଚର ଆଇଏଏସ୍ ଅଧିକାରୀ ରଞ୍ଜନ କୁମାର ଦାସ । ଏଥିସହିତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ସ୍ୱତନ୍ତ୍ର ପାହ୍ୟା ମିଳିବ ବୋଲି ରାଜ୍ୟ ସରକାରଙ୍କ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି । ପୂର୍ବରୁ ଶ୍ରୀ ଦାସ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଥିଲେ ।
ସେହିଭଳି ଏବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଥିବା ବୀର ବିକ୍ରମ ଯାଦବଙ୍କୁ ସ୍ୱତନ୍ତ୍ର ସଚିବ ଭାବେ ପଦୋନ୍ନତି ମିଳିଛି । ରାଜ୍ୟ ସରକାର ଦିଲ୍ଲୀପ ରାଉତରାୟଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦେଇଛନ୍ତି । 2003 ବ୍ୟାଚର ଆଇଏଏସ୍ ଅଧିକାରୀ ଶ୍ରୀକାନ୍ତ ପୃଷ୍ଟିଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସ୍ୱତନ୍ତ୍ର ସଚିବ ଦାୟିତ୍ୱ ମିଳିଛି । ଶ୍ରୀକାନ୍ତ ପୃଷ୍ଟି ଏବେ ହସ୍ତତନ୍ତ୍ର, ହସ୍ତଶିଳ୍ପ ଓ ବୟନଶିଳ୍ପ ବିଭାଗରେ କାର୍ଯ୍ୟରତ ଅଛନ୍ତି ।












Click it and Unblock the Notifications