ଆସନ୍ତାକାଲି 12 ଘଣ୍ଟିଆ ଓଡ଼ିଶା ବନ୍ଦ
ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ଆସନ୍ତାକାଲି ଓଡିଶା ବନ୍ଦ । ପୁଲିସର ନିଷ୍କ୍ରିୟତା ପ୍ରତିବାଦରେ ହେବ ଏହି 12ଘଣ୍ଟିଆ ବନ୍ଦ। ବନ୍ଦ ନେଇ ଗୃହ ବିଭାଗ ପକ୍ଷରୁ କଡ଼ା ବନ୍ଦୋବସ୍ତ କରାଯାଇଛି।
ଭୁବନେଶ୍ବର: ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ଆସନ୍ତାକାଲି ଓଡିଶା ବନ୍ଦ । ପୁଲିସର ନିଷ୍କ୍ରିୟତା ପ୍ରତିବାଦରେ ହେବ ଏହି 12ଘଣ୍ଟିଆ ବନ୍ଦ। ବନ୍ଦ ନେଇ ଗୃହ ବିଭାଗ ପକ୍ଷରୁ କଡ଼ା ବନ୍ଦୋବସ୍ତ କରାଯାଇଛି। ନବନିର୍ମାଣ କୃଷକ ସଂଗଠନ ଓ ନବନିର୍ମାଣ ଯୁବ ଛାତ୍ର ସଂଗଠନ ବନ୍ଦ ଡାକରା ଦେଇଛି।

ବନ୍ଦ ବେଳେ ସେମାନେ ଗାଡ଼ିମୋଟର ଓ ଟ୍ରେନ ଚଳାଚଳ, ବ୍ୟବସାୟିକ ପ୍ରତିଷ୍ଠାନକୁ ବନ୍ଦ କରିବା ସହ ଶିକ୍ଷାନୁଷ୍ଠାନ, ସରକାରୀ ଅଫିସ୍ ଓ ବ୍ୟାଙ୍କ ଆଦି ସମ୍ମୁଖରେ ପିକେଟିଂ କରିବାର ଆଶଙ୍କା ରହିଛି । ଲୋକସେବା ଭବନ, ଖାରବେଳ ନଗର, ରାଜୀବ ଭବନ ଓ ବିଭାଗୀୟ ମୁଖ୍ୟ ଦପ୍ତରରେ କାର୍ଯ୍ୟରତ କର୍ମଚାରୀମାନଙ୍କୁ ସକାଳ ସାଢ଼େ 9ଟା ସୁଦ୍ଧା ଅଫିସରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି । ଲୋକସେବା ଭବନର ମୁଖ୍ୟ ଗେଟ୍ ସକାଳ 10ଟା 15ମିନିଟରେ ବନ୍ଦ ହୋଇଯିବ । ସମସ୍ତେ ପଛ ଗେଟ୍ ଦେଇ ଯାତାୟତ କରିବେ ।












Click it and Unblock the Notifications