ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲା; ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

CBI ତଦନ୍ତ ପାଇଁ ସୁପାରିସ ହୋଇଛି ଏସ୍‌ଆଇ ନିଯୁକ୍ତି ସ୍କାମ୍‌। ତଦନ୍ତ ପାଇଁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁର୍ନୀତିରେ ଆନ୍ତଃରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ସନ୍ଦେହ କରାଯାଇଛି। ଏହି ଦୁର୍ନୀତିର ଚେର ଆନ୍ଧ୍ର ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ବ୍ୟାପି ଥାଇପାରେ ବୋଲି ସନ୍ଦେହ କରାଯାଉଛି। ଏସବୁକୁ ଦୃଷ୍ଟିରେ ରଖି ଦୁର୍ନୀତିର ସମ୍ପୂର୍ଣ୍ଣ ପର୍ଦ୍ଦାଫାଶ ପାଇଁ ଶେଷରେ CBI ତଦନ୍ତ ସୁପାରିସ ହୋଇଛି। ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏପରି ବଡ଼ ନିଷ୍ପତ୍ତି ନେଇଛନ୍ତି।

ସେପଟେ ପୋଲିସ SI ପରୀକ୍ଷା କେଳେଙ୍କାରୀ ମାମଲାର ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିର ଆଗୁଆ ଜାମିନ୍ ଆବେଦନ ଖାରଜ ହୋଇଛି । ଶଙ୍କର ପୃଷ୍ଟିର ଆଗୁଆ ଜାମିନ୍ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ । ଶଙ୍କରର ପତ୍ନୀ ଦୀପ୍ତିମୟୀ ସାହୁଙ୍କ ଆଗୁଆ ଜାମିନ୍ ମଧ୍ୟ ଖାରଜ ହୋଇଛି । ଦୀପ୍ତିମୟୀଙ୍କୁ ତଳ କୋର୍ଟରେ ହାଜର ହୋଇ ଜାମିନ ଆବେଦନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଘଟଣା ଦିନଠାରୁ ଉଭୟ ପତି ପତ୍ନୀ ଫେରାର ଅଛନ୍ତି ।

cbi

ସୂଚନାଯୋଗ୍ୟ ଯେ ଓଡିଶା ପୋଲିସ ସବ୍ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତିର ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ଭାର କ୍ରାଇମ ବ୍ରାଞ୍ଚ ସିଆଇଡିକୁ ଦିଆଯାଇଛି। ଏହି ଦୁର୍ନୀତିର ଚେର ଆନ୍ଧ୍ର ପ୍ରଦେଶ ଓ ପଶ୍ଚିମବଙ୍ଗ ସହିତ ଅନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପି ଥାଇ ପାରେ ବୋଲି ତଦନ୍ତରୁ ଜଣା ପଡ଼ିଛି । ଏହା ସହିତ ଏହି ଦୁର୍ନୀତିରେ ଆନ୍ତଃରାଜ୍ୟ ଅପରାଧୀ ଗ୍ୟାଙ୍ଗର ସଂପୃକ୍ତି ଥିବା ନେଇ ମଧ୍ୟ ସନ୍ଦେହ କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+