Get Updates
Get notified of breaking news, exclusive insights, and must-see stories!

ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିଲା ଶିମିଳିପାଳ; ଆନ୍ଦୋଳନ ହେତୁ ବନ୍ଦ ଥିଲା ଅଭୟାରଣ୍ୟ

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ । ମାସକ ପରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲିଛି । ପ୍ରଶାସନିକ ସ୍ତରରେ ଆଲୋଚନା ପରେ ପର୍ଯ୍ୟଟକଙ୍କୁ ପ୍ରବେଶ ଅନୁମତି ମିଳିଥିବା ଜଣାପଡିଛି । ତେବେ ଏହାକୁ ନେଇ ପର୍ଯ୍ୟଟକଙ୍କ ମନରେ ଉଲ୍ଲାସ ଦେଖିବାକୁ ମିଳିଛି ।

ଶିମିଳିପାଳ ମୁଖ୍ୟ ରାସ୍ତାରେ ମୋରମ ବିଛାଇବା ସହିତ ଅନ୍ୟ ଆନୁସଙ୍ଗିକ ଭିତିଭୂମି ସଜାଡିବା ନେଇ ଶିମିଳିପାଳ ବିକାଶ ପରିଷଦ ପକ୍ଷରୁ ଦାବି କରାଯାଇଥିଲା । ଏନେଇ ରାଜ୍ୟ ସରକାରଙ୍କ ବନ ବିଭାଗ ମନ୍ତ୍ରୀ, ସଚିବ ଏବଂ ଜିଲ୍ଲାପାଳଙ୍କୁ ଲିଖିତ ଅଭିଯୋଗ ମଧ୍ୟ କରାଯାଇଥିଲା ।

ପ୍ରଶାସନିକ ସ୍ତରରେ ଆଲୋଚନା ପରେ ୪ଦିନ ହେବ ରାସ୍ତାରେ ମୋରମ ବିଛା କାମ ଆରମ୍ଭ ହୋଇଥିବା ବେଳେ ଆଜି ପର୍ଯ୍ୟଟକଙ୍କୁ ଶିମିଳିପାଳ ଯିବାକୁ ଅନୁମତି ମିଳିଛି । ୪ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିଲା ଶିମିଳିପାଳ ବିକାଶ ପରିଷଦ ।

Similipal

ଶିମିଳିପାଳ ଜୈବମଣ୍ଡଳ ର ଆୟତନ୨୭୫୦ ବର୍ଗ କି.ମି ତନ୍ମଧ୍ୟରୁ ୩୦୩ ବର୍ଗ କି.ମି ହେଉଛି ଆଭ୍ୟନ୍ତରୀଣ ଅଞ୍ଚଳ ଯାହାକି ଭାରତ ର ଏକ ପ୍ରସିଦ୍ଧ ଅଭୟାରଣ୍ୟ, ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଓ ଜାତୀୟ ଉଦ୍ୟାନ ଅଟେ । ସବୁଜ ବନାନୀ, ନଭଶ୍ଚୁମ୍ବୀ ପର୍ବତ, ଭାସ୍ୟ ମାନ ମେଘମାଳା ଓ କଳ କଳ ନାଦ କରି ବୋହି ଯାଉଥିବା ଝରଣା ଏଠାରେ ଏକ ମନୋରମ ପରିବେଶ ସୃଷ୍ଟି କରିଥାଏ ।ଏଠାରେ ବିଭିନ୍ନ ପ୍ରଜାତି ର ପ୍ରାଣୀ ଓ ଉଦ୍ଭିଦ ଦେଖିବାକୁ ମିଳେ ତନ୍ମଧ୍ୟରୁ ୧୦୭୬ ପ୍ରଜାତି ର ସ୍ତନ୍ୟପାୟୀ ପ୍ରାଣୀ, ୨୩୧ ପ୍ରଜାତି ର ପକ୍ଷୀ, ୨୯ ପ୍ରଜାତି ର ସରୀସୃପ ଅଟନ୍ତି ।

ସମୁଦ୍ର ପତ୍ତନ ଠାରୁ ଶିମିଳିପାଳ ର ହାରାହାରି ଉଚ୍ଚତା ହେଉଛି ୯୦୦ ମି. । ଏଠାରେ ବିଭିନ୍ନ ପ୍ରକାରର ବୃକ୍ଷ ଦେଖାଯାଏ ଯଥା ଶାଳ, ପିଆଶାଳ,ଶାଗୁଆନ, ଶିଶୁ, ଶିମିଳି, ମହୁଲ, ଆମ୍ବ, ପଣଷ ଇତ୍ୟାଦି । ସୁଉଚ୍ଚ ପର୍ବତ ଶିଖର ଗୁଡିକ ଯଥା ଖୈରିବୁରୁ (୧୧୭୮ ମି.) ଓ ମେଘାସନୀ (୧୧୫୮ ମି.) ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିଥାଏ । ବିଭିନ୍ନ ନଦୀ ଗୁଡିକ ଯଥା ବୁଢ଼ାବଳଙ୍ଗ, ଖଇରୀ, ସାଳନ୍ଦୀ, ପଳପଳା ଇତ୍ୟାଦି ଶିମିଳିପାଳ ରୁ ଉତ୍ପନ୍ନ ହୋଇଛନ୍ତି । ବରେହିପାଣି (୪୦୦ ମି.) ଓ ଯୋରନ୍ଦା ଜଳପ୍ରପାତ (୧୫୦ ମି.) ର ଦୃଶ୍ୟ ଅତୀବ ମନୋରମ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+