ରାଷ୍ଟ୍ରପତି ଗସ୍ତରେ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ।

ରାଷ୍ଟ୍ରପତି ଗସ୍ତକୁ ଆଖିଆଗରେ ରଖି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଦୁଇ ଦିନ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା ଫେବୃଆରୀ ୪ରୁ ୬ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ ରହିବ। କାଳିକାପ୍ରସାଦ ଗେଟ୍‌ ଓ ଗୁଡ଼ଗୁଡ଼ିଆ ଜୋନ୍‌ ୪ରୁ ୬ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଗୁଡ଼ଗୁଡ଼ିଆ ସଫାରୀ ୫ ତାରିଖ ଅପରାହ୍ନ ଓ ୬ ତାରିଖ ସକାଳେ ବନ୍ଦ ରହିବ।

୪ତାରିଖ ସକାଳେ ମୟୂରଭଞ୍ଜ ଜିଲା ଗସ୍ତ କରି ରାଇରଙ୍ଗପୁର ମହୁଲଡିହା ସ୍ଥିତ ଅବକାଶ ଗୃହ ଉଦ୍‌ଘାଟନ କରିବା ସହ ସେଠାରେ ଅନୁସୂଚିତ ଜନଜାତି, ଜାତି ଉନ୍ନୟନ ବିଭାଗ ପରିଚାଳିତ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିଦର୍ଶନ କରି ଭଞ୍ଜବୀର ସୁନାରାମ ସୋରେନଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ। ପରେ ବୈଦପୁରଠାରେ ଏକ କ୍ରୀଡ଼ା କମ୍ପ୍ଲେକ୍ସ ଉଦ୍‌ଘାଟନ କରିବେ। ୪ ତାରିଖ ଅପରାହ୍ଣରେ ରାଷ୍ଟ୍ରପତି ରାଇରଙ୍ଗପୁରଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି।

similipal

୫ତାରିଖ ସକାଳେ ରାଇରଙ୍ଗପୁର ଜଗନ୍ନାଥ ମନ୍ଦିରଠାରେ ବିଶେଷ କାର୍ଯ୍ୟକ୍ରମରେ ଯୋଗଦେଇ ଅପରାହ୍ଣରେ ଶିମିଳିପାଳ ଗସ୍ତ କରିବେ। ୬ତାରିଖ ସକାଳେ ସେଠାରେ ମହିଳା ଏବଂ ଆଦିବାସୀ ଗୋଷ୍ଠୀର ଯୁବବର୍ଗଙ୍କ ସହିତ ବାର୍ତ୍ତା ବିନିମୟ କରିବେ। ଅପରାହ୍ଣରେ ଭୁବନେଶ୍ୱରରେ ପହଞ୍ଚି ରାଜ୍ୟ ସରକାର ଏବଂ ଗ୍ଲୋବାଲ ଫିନାନ୍ସ ଟେକ୍ନୋଲୋଜି ନେଟ୍‌ୱର୍କର ମିଳିତ ଆୟୋଜନରେ ଅନୁଷ୍ଠିତ 'ବ୍ଲାକ୍ ସ୍ୱାନ୍ ସମ୍ମିଳନୀ ଇଣ୍ଡିଆ' କାର୍ଯ୍ୟକ୍ରମରେ ଯୋଗ ଦେବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+