ଅକ୍ଟୋବର ୧୦ ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ
ରାଇରଙ୍ଗପୁର: ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ଶିମିଳିପାଳ ଅଭୟାରଣ୍ୟ । ପ୍ରତ୍ୟେକ ବର୍ଷ ବର୍ଷା ୠତୁ ଆସିଲେ ଅଭୟାରଣ୍ୟ ଭିତରକୁ ପ୍ରବେଶ କରିବା ନିଷେଧ ରହିଥାଏ । ପାହାଡିଆ ଅଙ୍କାବଙ୍କା ଉଠାଣିଆ ରାସ୍ତା ବର୍ଷାରେ ଧୋଇଯିବା ଯୋଗୁଁ ଏହା ବିପଦ ସଂକୁଳ ଅବସ୍ଥାରେ ରହିଥାଏ ।
ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଯେପରି କୌଣସି ଅଘଟଣ ନଘଟେ ସେନେଇ ପାଖାପାଖି ଦୁଇ ମାସ ପର୍ଯ୍ୟଟକଙ୍କୁ ଶିମିଳିପାଳ ଅଭୟାରଣ୍ୟ ପ୍ରବେଶ ବାରଣ କରାଯାଇଥାଏ । ତେବେ ବର୍ଷା ଋତୁ ସରି ଆସୁଥିବା ବେଳେ ପୁଣିଥରେ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ । ଆସନ୍ତା ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲାଯିବ । କ୍ଷେତ୍ର ନିର୍ଦ୍ଦେଶକ ଡ.ପ୍ରକାଶଚାନ୍ଦ ଗୋଗିନାନୀ ଆଜି ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦେଇଛନ୍ତି ।

ଉଲ୍ଲେଖ ଥାଉ କି ଜୁନ୍ ୧୨ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା । ବର୍ଷାଦିନ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଥିଲା । ଆଉ ଆସନ୍ତା ୧୦ ତାରିଖରୁ ଏହା ଖୋଲାଯିବ । ଦୈନିକ ଚାରି ଚକିଆ ଯାନ କଳିଆଣି ତନଖି ଫାଟକ (ଯଶିପୁର) ପଟୁ ୩୫ ଗାଡି ଓ ପିଠାବଟା (ବାରିପଦା) ତନଖି ଫାଟକ ଦେଇ ୨୫ ଗାଡି ଜଙ୍ଗଲ ଭିତରକୁ ପ୍ରବେଶ କରିବ ବୋଲି ସ୍ଥିରୀକୃତ ହୋଇଛି। ସେହିପରି ଏଥର ତାଳବନ୍ଧ, ଜାମୁଆଣି ଓ ଗୁଡୁଗୁଡିଆ ସକାଳ ୫.୩୦ ଓ ଅପରାହ୍ନ ୩ଟା ରେ ନୂତନ ୩୫ଟି ଖୋଲା ଜିପ୍ ବା ସଫାରୀ ଗାଡିରେ ୫ଘଣ୍ଟା ଲେଖାଏଁ ବୁଲିବାର ମଜା ନେବେ ପର୍ଯ୍ୟଟକ ।
ଉକ୍ତ ଦୁଇ ତନଖି ଫାଟକରେ ପ୍ରବେଶ ଅନୁମତି ପତ୍ର ସକାଳ ୬ ଟା ରୁ ୯ ଟା ପର୍ଯ୍ୟନ୍ତ ବୁକିଂ କାଉଣ୍ଟରରେ ଉପଲବ୍ଧ ରହିବ। ପ୍ରତି ପର୍ଯ୍ୟଟକଙ୍କ ପିଚ୍ଛା ପ୍ରବେଶ ଶୁଳ୍କ ଧାର୍ଯ୍ୟ କରାଯାଇଥିବା ବେଳେ, ମାର୍ଗଦର୍ଶିକା ଅନୁପାଳନ ସହିତ ଅଭୟାରଣ୍ୟକୁ ସ୍ୱଚ୍ଛ ରଖିବା ପାଇଁ ପର୍ଯ୍ୟଟକ ମାନେ ଭିତରକୁ ପ୍ରବେଶ ସମୟରେ ନିଜ ସାଥୀରେ ପ୍ଲାଷ୍ଟିକ ସାମଗ୍ରୀ, ମାଦକ ଦ୍ରବ୍ୟ, ଆମିଷ ଓ ଅଗ୍ନି ସଂଯୋଗକାରୀ ସାମଗ୍ରୀ ଆଦି ପର୍ଯ୍ୟଟକମାନେ ନେବା ଉପରେ କଟକଣା ଜାରି କରାଯାଇଛି। ଶିମିଳିପାଳରେ ଥିବା ଯାତ୍ରୀ ନିବାସ ଗୁଡିକରେ ରାତ୍ରୀ ଯାପନ ପାଇଁ ପର୍ଯ୍ୟଟକ ମାନେ (www.ecotourism.com) ୱେବସାଇଟରେ ଅଗ୍ରୀମ ବୁକିଂ କରି ପାରିବେ।
ତେବେ ଚଳିତବର୍ଷ ଶିମିଳିପାଳକୁ କମ୍ ସଂଖ୍ୟାରେ ପର୍ଯ୍ୟଟକ ଆସିଥିଲେ। ଗତବର୍ଷ ୨୦୨୨-୨୩ରେ ୪୧ ହଜାର ୩୪୬ ଜଣ ପର୍ଯ୍ୟଟକ ଆସିଥିବା ବେଳେ ଚଳିତବର୍ଷ ୨୦୨୩-୨୪ରେ ୨୫ ହଜାର ୮୪୬ ଜଣ ଆସିଥିଲେ । ୨୦୨୩ ନଭେମ୍ବରରେ ୩୨୬୯ ଜଣ, ଡିସେମ୍ବରରେ ୬୪୭, ୨୦୨୪ ଜାନୁଆରିରେ ୧୬୦୭,
ଫେବ୍ରୁଆରିରେ ୫୮୦, ମାର୍ଚ୍ଚରେ ୭୯୭, ଏପ୍ରିଲରେ ୨୫୩ ଓ ମେ' ମାସରେ ୧୭୮ ଜଣ ପର୍ଯ୍ୟଟକ ଶିମିଳିପାଳ ବୁଲିବାକୁ ଆସିଥିଲେ। ବାରିପଦା ପିଠାବଟା ଫାଟକ ଦେଇ ୧୨ ହଜାର ୯୦୯ ଓ ଯଶୀପୁର କାଳିକାପ୍ରସାଦ ଫାଟକ ଦେଇ ୧୩ ହଜାର ୨୧୦ ଜଣ ପର୍ଯ୍ୟଟକ ଆସିଛନ୍ତି। ନଭେମ୍ବରରୁ ମେ' ମାସ ମଧ୍ୟରେ ମୋଟ୍ ୪ ହଜାର ୬୫୪ଟି ଗାଡ଼ିରେ ପର୍ଯ୍ୟଟକମାନେ ଶିମିଳିପାଳ ଭ୍ରମଣ କରିଥିବା ଜଣାପଡ଼ିଛି।
-
୩୧ ରାଜ୍ୟସଭା ସାଂସଦ କୋଟିପତି -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ହଠାତ୍ ଆମେରିକାର ଚିନ୍ତା ବଢାଇ ଦେଲା ଇରାନ, ଡିଏଗୋ ଗାର୍ସିଆ' ଉପରେ ଇରାନର କ୍ଷେପଣାସ୍ତ୍ର ମାଡ଼ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
ବନ୍ଦ ହେବ ଇରାନ ଆମେରିକା ଯୁଦ୍ଧ, ସଙ୍କେତ ଦେଲେ ଆମେରିକା ରାଷ୍ଟ୍ରପତି -
ଆୟର୍ଲାଣ୍ଡ ସହ ଦୁଇଟି ସୀମିତ ଓଭର ମ୍ୟାଚ୍ ଖେଳିବ ଭାରତ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଇରାନକୁ କଡ଼ା ଚେତାବନୀ ଦେଲେ ୟୁରୋପୀୟ ଦେଶ -
ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ -
ଚିଠି ଗୋଟେ ଅଫିସରୁ ବସି ଟାଇପ୍ ହୋଇଛି, ଏମାନେ ଦସ୍ତଖତ କରିଛନ୍ତି ; ପ୍ରମିଳା ମଲ୍ଲିକ -
ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି; ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା










Click it and Unblock the Notifications