ନ୍ୟାସନାଲ ଜିଓଗ୍ରାଫିକ୍‌’ ମାଗାଜିନ୍‌ରେ ସ୍ଥାନ ପାଇଲା ଶିମିଳିପାଳର ମହାବଳ ବାଘ

ନ୍ୟାସନାଲ ଜିଓଗ୍ରାଫିକ ପତ୍ରିକା ପ୍ରଚ୍ଛଦ ପୃଷ୍ଠାରେ ଶିମିଳିପାଳ କଳାବାଘ ଫଟୋ । 'X'ରେ ପୋଷ୍ଟ କରି ଖୁସି ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶିମିଳିପାଳର ସୌନ୍ଦର୍ଯ୍ୟ କଳାବାଘର ଚିତ୍ର ଦେଖି ଖୁସି ହେଲି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶିମିଳିପାଳର ଉଦ୍ଭିଦ ଓ ବନ୍ୟଜନ୍ତୁ ଭୂଦେବୀଙ୍କ ଆଶୀର୍ବାଦ ବୋଲି କହିଛନ୍ତି । ଶିମିଳିପାଳ ସର୍ବଦା ଫଟୋଗ୍ରାଫର, ପ୍ରକୃତିପ୍ରେମୀଙ୍କ ପାଇଁ ଆକର୍ଷଣୀୟ । ପତ୍ରିକାରେ ଆଲେଖ୍ୟ ଓ ଫଟୋ ପାଇଁ ପ୍ରସେନଜିତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

Similipal s giant tiger

ସେହିପରି ଏହି ପ୍ରସଙ୍ଗରେ NatGeo କଭର୍ ରେ ଶିମିଳିପାଳ 'କଳାବାଘ' ଫଟୋ ସ୍ଥାନପାଇବା ପ୍ରସଙ୍ଗରେ ଖୁସି ପ୍ରକାଶ କଲେ ନବୀନ ପଟ୍ଟନାୟକ । 'X'ରେ ପୋଷ୍ଟ କରି ଖୁସି ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ପତ୍ରିକାର ଅକ୍ଟୋବର ସଂସ୍କରଣରେ ସ୍ଥାନ ପାଇଛି କଳାବାଘ ଫଟୋ । ଏହା ଓଡ଼ିଶା ପାଇଁ ଗର୍ବ କରିବାର ମୁହୂର୍ତ୍ତ ବୋଲି ନବୀନ କହିଛନ୍ତି। ଫଟୋଗ୍ରାଫର ଓ ପ୍ରାବନ୍ଧିକ ପ୍ରସେନଜିତ ଯାଦବଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। କଳାବାଘ'ର ଖୁବ ସୁନ୍ଦର ଫଟୋ ଉଠାଇଥିବାରୁ ଧନ୍ୟବାଦ ଜଣାଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+