ମାର୍ଚ୍ଚ ଆରମ୍ଭରୁ ସ୍ଥିତି ଅସମ୍ଭାଳ, ୩୭ ଡିଗ୍ରୀ ଛୁଇଁଲା ସମ୍ବଲପୁର ତାପମାତ୍ରା
ରାଜ୍ୟରେ ଦିନକୁ ଦିନ ପାରଦ ଉପର ମୁହାଁ ହେବାରେ ଲାଗିଛି। ରବିବାର ଅପରାହ୍ନ ସାଢେ ୨ଟା ସୁଦ୍ଧା ରାଜଧାନୀ ଭୁବନେଶ୍ବରରେ ତାପମାତ୍ରା ୩୫.୬ ଡିଗ୍ରୀରେ ପହଞ୍ଚିଛି। ମାର୍ଚ୍ଚ ଆରମ୍ଭରୁ ତାତି ବଢିବା ଲୋକଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଅନ୍ୟପକ୍ଷେ ସମ୍ବଲପୁରର ତାପମାତ୍ରା ୩୭ ଡିଗ୍ରୀରେ ପହଞ୍ଚିଛି।

ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହ ଅବଧି ଅଧିକ ରହିବ, ମେ' ଶେଷ ପର୍ଯ୍ୟନ୍ତ ଖରା ଓ ଗୁଳୁଗୁଳି ରାଜ୍ୟବାସୀଙ୍କୁ ଅତିଷ୍ଠ କରିବ। ଏହି ୩ମାସ ମଧ୍ୟରେ ୮ରୁ ୯ଦିନ ଲଗାତର ହିଟ୍ଓ୍ବଭର ଆଶଙ୍କା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଆସନ୍ତା ୩ଦିନ ମଧ୍ୟରେ ରାତି ତାପମାତ୍ରା ଆହୁରି ୨ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।












Click it and Unblock the Notifications