Get Updates
Get notified of breaking news, exclusive insights, and must-see stories!

Snana Yatra 2024: ଦେବ ସ୍ନାନ ପୂର୍ଣ୍ଣିମା ପାଇଁ ୬୮ ପ୍ଲାଟୁନରୁ ଅଧିକ ପୁଲିସ ଫୋର୍ସ ମୁତୟନ, ମାର୍କେଟ ଛକରୁ ନୋ ଭେଇକିଲ୍ ଜୋନ୍

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ସକାଳୁ ସକାଳୁ ପୁରୀରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ଶୃଙ୍ଖଳିତ ଦର୍ଶନ ତଥା ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାପକ ପୁଲିସ ମୃତୟନ କରାଯାଇଛି। ପୁରୀରେ ୪ ଜଣ ଏସପି ରାଙ୍କର ଅଫିସର, ୨ ଜଣ ଅତରିକ୍ତ ଏସପି, ୨୨ଜଣ ଡିଏସପି, ୨୯୦ରୁ ଅଧିକ ସବ୍‌ ଇନସପେକ୍ଟର ମୃତୟନ ହୋଇଛନ୍ତି ।

ସମୁଦାୟ ୬୮ ପ୍ଲାଟୁନରୁ ଅଧିକ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । କୌଣସି ଜରୁରୀକାଳୀନ ସହାୟତା ପାଇଁ ୧୧୨ ନମ୍ବର ସହ ଯୋଗାଯୋଗ କରିବା ପାଇଁ କୁହାଯାଇଛି । ପହଣ୍ଡି ସମୟରେ ଟିକେଟଧାରୀ ମାନେ ଦକ୍ଷିଣ ଦ୍ୱାରରେ ପ୍ରବେଶ କରିପାରିବେ।

Snana Yatra 2024

ମାର୍କେଟ ଛକରୁ ନୋ ଭେଇକିଲ୍ ଜୋନ୍ କରାଯାଇଛି । କେବଳ ପାସଧାରୀ ମାନେ ମରଚିକୋଟ ଛକ ପର୍ଯ୍ୟନ୍ତ ଯାଇପାରିବେ। ପହଣ୍ଡି ସମୟରେ ଠାକୁରଙ୍କୁ ସ୍ପର୍ଶ ମନା ରହିଛି । ବେଳାଭୂମିରେ ଲାଇଫଗାର୍ଡଙ୍କୁ ଦାୟିତ୍ୱ ଦିଆଯାଇଛି ।

ଗଜାନନ ବେଶ ନୀତି

ପରମ୍ପରା ଅନୁଯାୟୀ ସ୍ନାନ ମଣ୍ଡପରେ ବିରାଜିତ ଶ୍ରୀଜୀଉମାନଙ୍କର ସ୍ନାନ ନୀତି ପରେ ଗୋପାଳ ତୀର୍ଥ ମଠ ଓ ରାଘବ ଦାସ ମଠରୁ ଆସିଥିବା ଗଜାନନ ବେଶ ଉପକରଣ ଯଥାକ୍ରମେ ବଳଭଦ୍ର, ଜଗନ୍ନାଥ, ସୁଭଦ୍ରା, ସୁଦର୍ଶନଙ୍କୁ ଲାଗି କରାଯାଏ । ଗଜାନନ ବେଶ ସମ୍ପର୍କରେ ଶ୍ରୀମନ୍ଦିର ସ୍ୱତ୍ୱଲିପିରେ ଉଲ୍ଲେଖ ଅଛି ଯେ, ସ୍ନାନ ମଣ୍ଡପରେ ଶ୍ରୀବିଗ୍ରହମାନଙ୍କର ଜଳ ଲାଗି ନୀତି ବଢିବା ପରେ ଲେଙ୍କା ଓ ଘଣ୍ଟ କାହାଳୀ ସହ ଗୋପାଳତୀର୍ଥ ମଠରୁ ବଡ଼ ବାଡ଼ (ବଳଭଦ୍ରଙ୍କ ବାଡ଼) ଓ ଶ୍ରୀସୁଦର୍ଶନଙ୍କର ଗଜାନନ ବେଶ ଉପକରଣମାନ ଆଣିବାକୁ ଯାଆନ୍ତି । ଏହା ପରେ ଗଜପତି ମହାରାଜା କିମ୍ବା ତାଙ୍କ ଅନୁପସ୍ଥିତରେ ମୁଦିରଥ ତିନି ବାଡ଼ରେ ରାଜ ନୀତି କରନ୍ତି । ରାଜ ନୀତି ବଢିବା ପରେ ସ୍ନାନ ମଣ୍ଡପରେ ଛେରା ପହଁରା ହୋଇଥାଏ । ତତ୍ପରେ ସୁଆରବଡୁ ସେବକ ପାଣି ପକାନ୍ତି । ପାଣି ପଡ଼ିଲା ପରେ ଜଗମୋହନରେ ଥିବା ବଡ଼ବାଡ଼ର (ବଳଭଦ୍ର) ବେଶ ଉପକରଣ ଓ ରାଘବ ଦାସ ମଠରୁ ଆସିଥିବା ଅନ୍ୟ ଦୁଇ ବାଡ଼ (ଜଗନ୍ନାଥ, ସୁଭଦ୍ରା)ର ବେଶ ଉପକରଣମାନ ସ୍ନାନ ମଣ୍ଡପରେ ରଖାଯାଏ । ଭିତରଚ୍ଛ, ଚଳିଚ୍ଛ, ପୁଷ୍ପାଳକ,ଖୁଣ୍ଟିଆ, ଦଇତାପତିମାନଙ୍କ ସହ ତିନିବାଡ଼ରେ ହାତୀ ବେଶ କରନ୍ତି । ବେଶ ବଢିବା ପରେ ତିନି ବାଡ଼ରେ କର୍ପୂର ଲାଗି ହୋଇଥାଏ ଏବଂ ପରେ ପରେ ସ୍ନାନ ବେଦୀ ଉପରେ ଶୋଧ କରାଯାଏ ଓ ଭୋଗ ପାଇଁ ପ୍ରସ୍ତୁତି ହୋଇଥାଏ । ସୂଚନାଯୋଗ୍ୟ ଯେ ଏହି ଦିନ ମାତ୍ର ଗୋଟିଏ ଭୋଗ ହୋଇଥାଏ । ଭୋଗ ଶେଷ ପରେ ସ୍ନାନ ବେଦୀ ଉପରକୁ ସର୍ବସାଧାରଣଙ୍କୁ ଦର୍ଶନ ନିମିତ୍ତ ଅନୁମତି ଦିଆଯାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+