Snana Yatra 2024: ପୁରୀରେ ପ୍ରବଳ ଭିଡ଼, କେମିତି କରିବେ ସ୍ନାନ ବେଦୀରେ ଜଗା ଦର୍ଶନ
Snana Yatra 2024: ଭକ୍ତମାନେ ବ୍ୟାରିକେଡରେ ସିଂହଦ୍ୱାର ଦେଇ ସ୍ନାନବେଦୀରେ ହାତୀବେଶ ଦର୍ଶନ କରିପାରିବେ। ପରେ ଅନ୍ୟ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ। ମହାପ୍ରଭୁଙ୍କ ଦୁର୍ଲଭ ହାତୀବେଶକୁ ଭକ୍ତମାନେ ବଡଦାଣ୍ଡ ସମେତ ସ୍ନାନମଣ୍ଡପର ଅତି ନିକଟରୁ ଦର୍ଶନ କରିବାର ସୁଯୋଗ ପାଇବେ ।
ଲୋକଙ୍କ ଭିଡକୁ ଦୃଷ୍ଟିରେ ରଖି ମାର୍କେଟ ଛକରୁ ମିରିଚିକୋଟ ଛକ ଓ ମରିଚିକୋଟ ଛକରୁ ଶ୍ରୀନଅର ଯାଏଁ ସ୍ୱତନ୍ତ୍ର ବ୍ୟାରିକେଡ ହୋଇଛି । ଭକ୍ତମାନେ ବଡ଼ଦାଣ୍ଡସ୍ଥିତ ବ୍ୟାରିକେଡ୍ ଭିତର ଦେଇ ଶ୍ରୀକୃଷ୍ଣ ସିନେମା ହଲ୍ ପର୍ଯ୍ୟନ୍ତ ଶ୍ରୀମନ୍ଦିର ଦିଗରେ ଆସିବେ ଏବଂ SJRC ଠାରେ ପହଞ୍ଚି SJRC ଡୋର୍ ଫ୍ରେମ୍ ମେଟାଲ୍ ଡିଟେକ୍ଟର ଯାଞ୍ଚ କରାଇ ଦୋଳବେଦୀ କୋଣଠାରେ ଥିବା ଷ୍ଟିଲ୍ ବ୍ୟାରିକେଡକୁ ପ୍ରବେଶ କରିବେ ।

କେମିତି କରିବେ ସ୍ନାନ ବେଦୀରେ ଜଗା ଦର୍ଶନ
ଉତ୍ତର ଦ୍ୱାରରୁ ପ୍ରସ୍ଥାନ କରୁଥିବା ଭକ୍ତମାନେ ବଡ଼ଦାଣ୍ଡ ଦେଇ ନିଜ ସୁବିଧା ଅନୁସାରେ ଦୁଇଟି ମାର୍ଗ ଦେଇ ଯାଇପାରିବେ । ସତ୍ୟନାରାୟଣ ମନ୍ଦିର ଦେଇ ବଡ଼ଦାଣ୍ଡକୁ ଅନ୍ୟାନ୍ୟ ଗଳି ଦେଇ ଯାଇପାରିବେ । ଭିଡ଼ ପରିସ୍ଥିତିକୁ ଲକ୍ଷ୍ୟ କରି ଭକ୍ତମାନେ ଦୋଳବେଦୀ କୋଣ ଦେଇ ଉତ୍ତର ଦ୍ୱାରଠାରୁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟରେ ବଡ଼ଦାଣ୍ଡକୁ ଯାଇପାରିବେ ।
ଟିକେଟଧାରୀ ଭକ୍ତମାନେ ପହଣ୍ଡି ଦର୍ଶନ ନିମନ୍ତେ ପ୍ରାତଃ ସମୟରେ ଧାଡ଼ିରେ ଦକ୍ଷିଣ ଦ୍ୱାରରେ ଥିବା ବ୍ୟାରିକେଡ୍ ଦେଇ ପ୍ରବେଶ କରିବେ । ପହଣ୍ଡି ଶେଷ ହେବା ପରେ ଦକ୍ଷିଣ ଦ୍ୱାର ଦେଇ ପ୍ରବେଶ ବନ୍ଦ ହୋଇଯିବ ।
ରତ୍ନବେଦୀରୁ ଓହ୍ଲାଇ ଆସି ସ୍ନାନବେଦୀରେ ବିଜେ କଲେଣି ଚତୁର୍ଦ୍ଧାମୂର୍ତୀ । ଦଇତାପତି ସେବାୟତ ମାନେ ଠାକୁରଙ୍କୁ ଧାଡି ପହଣ୍ଡିରେ ବିଜେ କରାଇଛନ୍ତି ସ୍ନାନ ମଣ୍ଡପରେ । ସ୍ନାନ ମଣ୍ଡପରେ ବିଜେ ହେବା ପରେ ଯଥାବିଧି ପୂଜାର୍ଚ୍ଚନା ମଧ୍ୟ କରାଯାଉଛି । ନିୟମ ଅନୁସାରେ ଠାକୁରଙ୍କ ପହଣ୍ଡି ବିଜେ ପରେ ମହାସ୍ନାନ କରାଯାଇଥାଏ ।
ତେବେ ଏହି ଜଳ ଗୋଟିଏ ବର୍ଷ ପୂର୍ବରୁ ଗଚ୍ଛିତ ହୋଇ ରଖାଯାଇଥାଏ । କୁହାଯାଏ ଏହି ଜଳ ଯେଉଁ ସ୍ଥାନରୁ ଆସିଥାଏ ତାହାର ନାମ ସୁନା କୂଅ । ତେବେ ଏହିଠାରୁ ହିଁ ଠାକୁରଙ୍କ ଲାଗି ପାଣି ଯାଇଥାଏ । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଯେ, ଏହି ଦିନ ଗଜାନନ ବେଶରେ ପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେଇଥାଆନ୍ତି ।












Click it and Unblock the Notifications