ଚିଲିକାରେ ପ୍ରଦୂଷଣ କମାଇବାକୁ ଚାଲିବ ସୌରଚାଳିତ ବୋଟ୍

ଭୁବନେଶ୍ୱର: ଚିଲିକାରେ ଚାଲିବ ସୌରଚାଳିତ ବା ବ୍ୟାଟେରୀ ଚାଳିତ ବୋଟ । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି । ଚିଲିକାରେ ପ୍ରଦୂଷଣ କମାଇବା ଏବଂ କାର୍ବନ ନିର୍ଗମନ ମାତ୍ରାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ଦୀର୍ଘ ଦିନରୁ ପ୍ରସ୍ତାବିତ ପଦକ୍ଷେପ ଖୁବ୍‌ ଶିଘ୍ର କାର୍ଯ୍ୟକାରୀ ହେବାକୁ ଯାଉଛି । ଏ ସଂପର୍କରେ ଶୁକ୍ରବାର ଓଡ଼ିଶା ଅକ୍ଷୟ ଶକ୍ତି ଉନ୍ନୟନ ସଂସ୍ଥା (ଓରେଡା) ତରଫରୁ ଏକ ପ୍ରସ୍ତାବ ଉପସ୍ଥାପନ କରାଯାଇଥିଲା ।

ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଶକ୍ତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ଶ୍ରୀ ସଚିନ୍ ରାମଚନ୍ଦ୍ର ଯାଦବ, ଜଙ୍ଗଲ ଓ ପରିବେଶ ବିଭାଗ,ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଏବଂ ଓରେଡାର ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ ।

CHILIKA

ଚିଲିକା ହେଉଛି ଏସିଆର ସବୁଠାରୁ ବଡ଼ ଲବଣାକ୍ତ ହ୍ରଦ । ଅନେକ ପ୍ରଜାତିର ସ୍ଥାନୀୟ ଏବଂ ପ୍ରବାସୀ ପକ୍ଷୀଙ୍କର ଏକ ବାସସ୍ଥଳୀ ହେତୁ ଏହା 'ରାମସାର ସମ୍ମିଳନୀ ଅଧୀନରେ ଅନ୍ତର୍ଜାତୀୟ ଗୁରୁତ୍ୱପୂର୍ଣ୍ଣ ଆର୍ଦ୍ରଭୂମି' (ରାମସାର ଓ୍ୱେଟ୍ ଲ୍ୟାଣ୍ଡ ଅଫ୍ ଇଣ୍ଟରନ୍ୟାସନାଲ ଇମ୍ପୋର୍ଟାନ୍ସ) ରେ ସ୍ଥାନିତ ହୋଇଛି । ହଜାର ହଜାର ପ୍ରବାସୀ ପକ୍ଷୀଙ୍କ ଦୀର୍ଘ ଯାତ୍ରାରେ ଚିଲିକା ଏକ ଗୁରୁତ୍ୱପୂର୍ଣ୍ଣ ଅସ୍ଥାୟୀ ରହଣି (ଷ୍ଟପ୍ ଓଭର ପଏଣ୍ଟ ) ଭାବରେ କାର୍ଯ୍ୟ କରେ । ଚିଲିକା ବିଭିନ୍ନ ପ୍ରଜାତିର ମାଛ, କଙ୍କଡ଼ା, ଚିଙ୍ଗୁଡ଼ି ଓ ଅନ୍ୟାନ୍ୟ ଜଳଜୀବଙ୍କ ସହ ବିରଳ ଇରଓ୍ୱାଡି ଡଲଫିନ୍ ମାଛଙ୍କ ଘର ଭାବେ ଏହାର ସ୍ୱତନ୍ତ୍ର ପରିଚୟ ରହିଛି । ଏଥି ସହିତ ଚିଲିକାର ଲୁଣାପାଣି ଏକ ସମୃଦ୍ଧ ଜୈବ ବିବିଧତାକୁ ସମର୍ଥନ କରେ । ଚିଲିକାରୁ ମାଛ ଧରିବା ହଜାର ହଜାର ପରିବାରଙ୍କ ଜୀବିକାର୍ଜନର ମାଧ୍ୟମ ହୋଇଛି ଓ ସେମାନଙ୍କର ଆଞ୍ଚଳିକ ଅର୍ଥନୀତି ପ୍ରତି ଯୋଗଦାନ ରହିଛି । ବିଦେଶାଗତ ପକ୍ଷୀ, ଡଲଫିନ୍ ମାଛ, କାଳିଜାଇ ମନ୍ଦିର ଏବଂ ବିଭିନ୍ନ ଜଳ କ୍ରୀଡା କାର୍ଯ୍ୟକଳାପ ଯୋଗୁଁ ଚିଲିକା ପର୍ଯ୍ୟଟକଙ୍କ ଏକ ପ୍ରମୁଖ ଲକ୍ଷ୍ୟ ସ୍ଥଳ ହୋଇପାରିଛି । ସ୍ଥାନୀୟ ବୋଟ୍ ଚିଲିକାକୁ ଯାତାୟତର ପ୍ରମୁଖ ମାଧ୍ୟମ ଅଟନ୍ତି ।

କିନ୍ତୁ ଦେଖାଯାଇଛି ଯେ, ଚିଲିକାରେ ଡିଜେଲ ଚାଳିତ ମୋଟର ବୋଟ୍ ବ୍ୟବହାର ଦ୍ୱାରା ଏହା ବିଭିନ୍ନ ପ୍ରକାର ପ୍ରଦୂଷଣର କାରଣ ହେଉଛି । ଏହି ପ୍ରକାର ବୋଟରେ ବ୍ୟବହୃତ ହେଉଥିବା ତେଲ ଅଧିକାଂଶ ସମୟରେ ହ୍ରଦରେ ମିଶୁ ଥିବାରୁ ଜଳ ପ୍ରଦୁଷଣ, ବାୟୁ ପ୍ରଦୁଷଣ ଏବଂ ବୋଟର ଶବ୍ଦରୁ ଶବ୍ଦ ପ୍ରଦୁଷଣ ହୋଇଥାଏ । ଏଥି ଯୋଗୁଁ ଜଳ ପରିସଂସ୍ଥାରେ ଅସନ୍ତୁଳନ ଦେଖାଦେଉଛି; ବିଦେଶାଗତ ପକ୍ଷୀମାନଙ୍କ ସଂଖ୍ୟା କମୁଛି ଓ ଡ଼ଲଫିନ୍‌ ମାଛମାନଙ୍କର ଗତି ପଥ ମଧ୍ୟ ହ୍ରଦରୁ ଦୂରେଇ ଯାଉଥିବା ଆଶଂକା ରହୁଛି ।

ସୌର ଚାଳିତ ବା ବ୍ୟାଟେରୀ ଚାଳିତ ବୋଟ୍ ପ୍ରାରମ୍ଭିକ ପର୍ଯ୍ୟାୟରେ କିଛିକାଂଶରେ ବ୍ୟୟ ସାପେକ୍ଷ ହେଉଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ଏହାର ବାର୍ଷିକ ପରିଚାଳନା ଓ ରକ୍ଷଣାବେକ୍ଷଣ ଖର୍ଚ୍ଚ କମ୍‌ ହୋଇଥାଏ । ଓରେଡା ତରଫରୁ ଦେଶର ବିଭିନ୍ନ ରାଜ୍ୟରେ ରହୁଥିବା ସୌରଚାଳିତ ଓ ବ୍ୟାଟେରୀ ଚାଳିତ ବୋଟ୍ ମଡେଲ ଗୁଡିକ ପ୍ରଦର୍ଶିତ କରାଯାଇଥିଲା ।

ଏ ଦିଗରେ 'ଓରେଡା' ପାଇଲଟ ପ୍ରକଳ୍ପ ଭାବେ କାର୍ଯ୍ୟାରମ୍ଭ କରିବାକୁ ସ୍ଥିର କରିଥିବା ବେଳେ ଏ କ୍ଷେତ୍ରରେ ରହିଥିବା ବୈଷୟିକ-ବାଣିଜ୍ୟିକ ସମ୍ଭାବନାକୁ ସବିଶେଷ ଅନୁଧ୍ୟାନ କରାଯିବ । ବର୍ତ୍ତମାନ ରହିଥିବା ମାଛଧରା, ପର୍ଯ୍ୟଟକ ଡଙ୍ଗାଗୁଡିକରେ ନିର୍ମାଣ ଶୈଳୀରେ ଆବଶ୍ୟକ ପରିବର୍ତ୍ତନ କରାଯାଇ ତାହାକୁ ସୌରଚାଳିତ ବୈଦ୍ୟୁତିକ ବୋଟରେ ପରିଣତ କରାଯିବ ।

ଏଥି ପାଇଁ ଉପକୃତ ହେବାକୁ ଥିବା ମତ୍ସ୍ୟଜୀବୀ, ପର୍ଯ୍ୟଟକ ବୋଟ ଚାଳକ ଆଦି ଅଂଶୀଦାରମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯିବ । ନୂତନ ବୋଟର ସହଜ ପରିଚାଳନା ଓ ସରଳ ରକ୍ଷଣାବେକ୍ଷଣ ପଦ୍ଧିତ ସଂପର୍କରେ ବୁଝାଯିବ । ଶକ୍ତି ବିଭାଗ, ଓଟିଡିସି, ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗ,ଜଙ୍ଗଲ ଓ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ସହଯୋଗରେ ଓରେଡା ଏହି ପାଇଲଟ ପ୍ରକଳ୍ପକୁ କାର୍ଯ୍ୟକାରୀ କରିବ । ପ୍ରାଥମିକ ପର୍ଯ୍ୟାୟରେ ଚିଲିକାର ବିଭିନ୍ନ ସ୍ଥାନରେ ସୌର-ବ୍ୟାଟେରୀ ଚାଳିତ ବୋର୍ଟ ଚଳାଇବାକୁ ଆବଶ୍ୟକ ପ୍ରସ୍ତୁତି ପାଇଁ ଓରେଡାକୁ ନିର୍ଦ୍ଦେଶ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+