କିଛି ଲୋକ ନବୀନ ବାବୁଙ୍କୁ ଦେଖା କରିବାକୁ ଦେଉ ନାହାଁନ୍ତି' ; ଦେବାଶିଷ ସାମନ୍ତରାୟ

ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ବିସ୍ଫୋରକ ବୟାନ ଦେଇଛନ୍ତି। ଦେବାଶିଷ କହିଛନ୍ତି, ନବୀନ ବାବୁ ମୋତେ ଫୋନ କଲେ, ଗୃହରେ ଅନୁପସ୍ଥିତ ରହିବାକୁ କହିଥିଲେ। ମୁଁ ତାଙ୍କ ହିସାବରେ ଭୋଟ ଦେବାକୁ ଯାଇନଥିଲି। କିଛି ଲୋକ ନବୀନ ବାବୁଙ୍କୁ ଦେଖା କରିବାକୁ ଦେଉ ନାହାଁନ୍ତି।ଭୂପିନ୍ଦର ସିଂଙ୍କୁ ମଧ୍ୟ ଦେଖା କରାଇଦେଲେନି। ମୁଁ ଦେଖା କରିବାକୁ ଚାହୁଁଛି ବୋଲି ନବୀନ ବାବୁଙ୍କୁ ଜଣାଇ ଦିଆଯାଉନି।ନବୀନ ନିବାସରେ ଥିବା ଆଦିତ୍ୟ ମହାପାତ୍ର ତାଙ୍କ ମାଲିକଙ୍କୁ ପଚାରୁଥିବେ।

ଆମେରିକାରେ ବସିଥିବା ତାଙ୍କ ମାଲିକଙ୍କୁ ପଚାରୁଥିବେ। ନିର୍ବାଚନ ବେଳେ ପ୍ରଚାର ମଙ୍ଗ ଧରିଲେନି ନବୀନ, ଏକା ପ୍ରଚାର କଲେ ପାଣ୍ଡିଆନ। ବିଜୁ ବାବୁ ଓ ନବୀନ ବାବୁଙ୍କ ଫଟୋ ଉଠିଗଲା, ପାଣ୍ଡିଆନଙ୍କ ଫଟୋ ଲାଗିଲା। ସ୍ବାଭିମାନ ଓଡ଼ିଆ ସଠିକ ଜବାବ ଦେଲେ ବୋଲି ଦେବାଶିଷ କହିଛନ୍ତି।

Debashisa Samantaray

ବିଜେଡିକୁ ବଡ଼ ଝଟକା ଲାଗିଛି। ମଙ୍ଗଳବାର ବିଜେଡିର ସିନିୟର ସିଟିଜେନ ସେଲ ଉପସଭାପତି ପଦରୁ ମଙ୍ଗଳବାର ଦେବାଶିଷ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଦେବାଶିଷ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ପୂର୍ବରୁ ଦଳ ଉପରେ ଅସନ୍ତୋଷ ଥିଲେ। ଏବେ ଚର୍ଚ୍ଚା ହେଉଛି ଦେବାଶିଷଙ୍କ ଗତି କେଉଁଆଡେ ରହିବ। ତେବେ ଗୁରୁତ୍ୱ ଦେଉନଥିବାରୁ ପଦବୀ ଛାଡ଼ିଥିବା ଇସ୍ତଫାପତ୍ରରେ ଦେବାଶିଷ ଉଲ୍ଲେଖ କରିଛନ୍ତି । ବିଜୁ ବାବୁଙ୍କ ଆଦର୍ଶରେ ଆଉ ଦଳ ଚାଲୁନଥିବା ଚିଠିରେ ଦର୍ଶାଇଛନ୍ତି ଦେବାଶିଷ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+