ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି , ପୁଣି କମିଲା ସୁନା ଓ ରୂପା ଦର

ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି । ପୁଣି କମିଲା ସୁନା ଓ ରୂପା ଦର । ଆଜି ୨୪କ୍ୟାରେଟ ସୁନାର ଦାମ୍‌ ୧୦ଗ୍ରାମ୍‌ ପ୍ରତି ୧୩୧୦ଟଙ୍କା ହ୍ରାସ ପାଇ ୧ଲକ୍ଷ ୫୬ହଜାର ୫୯୦ଟଙ୍କାରେ ପହଞ୍ଚିଛି । ଗତକାଲି ୨୪କ୍ୟାରେଟ ସୁନାର ଦାମ୍‌ ୧ଲକ୍ଷ ୫୭ହଜାର ୯୦୦ଟଙ୍କା ରହିଥିଲା । ସେହିପରି ୨୨କ୍ୟାରେଟ ସୁନାର ଦାମ୍‌ ଆଜି ୧୨ଶହ ଟଙ୍କା ଶସ୍ତା ହୋଇଛି । ୨୨କ୍ୟାରେଟ ସୁନାର ଦାମ୍‌ ୧ଲକ୍ଷ ୪୩ହଜାର ୫୫୦ ଟଙ୍କା ହୋଇଛି । ଗତକାଲି ଏହାର ଦାମ୍‌ ୧ଲକ୍ଷ ୪୪ହଜାର ୭୫୦ଟଙ୍କା ରହିଥିଲା ।

gold and silver prices

ଅନ୍ୟପଟେ ରୂପା ଦର ମଧ୍ୟ ହ୍ରାସ ପାଇଛି । ରୂପା ଦର ୭ହଜାର ଟଙ୍କା ହ୍ରାସ ପାଇ କିଲୋଗ୍ରାମ୍‌ ପିଛା ୨ଲକ୍ଷ ୬୮ ହଜାରରେ ପହଞ୍ଚିଛି । ଗତକାଲି ରୂପା କିଲୋ ପିଛା ୨ଲକ୍ଷ ୭୫ହଜାର ଟଙ୍କା ରହିଥିଲା । ବାରମ୍ବାର ସୁନାର ଓ ରୂପା ଦରରେ ପରିବର୍ତ୍ତନ ହେଉଥିବାରୁ ଗ୍ରାହକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବିଶେଷକରି ମଧ୍ୟବିତ୍ତ ପରିବାରର ଲୋକମାନେ ଝିଅ ଓ ପୁଅ ବାହାଘରରେ ସୁନା କିଣିବାକୁ ଡରିଲେଣି । କାରଣ ହୁହୁ ହୋଇ ବଢୁଥିବା ଦର ସେମାନଙ୍କ ପକେଟକୁ ବେସ୍‌ ବାଧୁଛି ।

ବଜାର ବିଶେଷଜ୍ଞଙ୍କ ମତରେ ବିଶ୍ୱ ବଜାରରେ ଡଲାରର ମଜବୁତତା ଏବଂ ଅନ୍ତର୍ଜାତୀୟ ସ୍ତରରେ ଜାରି ରହିଥିବା ଲାଭ-ବୁକିଂ ଘରୋଇ ବଜାରକୁ ପ୍ରଭାବିତ କରୁଛି। ଏହା ବ୍ୟତୀତ, ଗତ କିଛି ସପ୍ତାହରେ ବୃଦ୍ଧି ପରେ, ନିବେଶକମାନେ ଏବେ ଅଧିକ ମୂଲ୍ୟରେ ବିକ୍ରି କରୁଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+