ବାହନଗା ରେଳ ଦୁର୍ଘଟଣାକୁ ନେଇ ଖୋର୍ଦ୍ଧା DRMଙ୍କ ବିସ୍ଫୋରକ ବୟାନ; କହିଲେ, କେହି ସିଗନାଲ୍ ଟ୍ୟାମ୍ପରିଂ କରିବାକୁ ଚେଷ୍ଟା କରିଛି

ଭୁବନେଶ୍ବର: ବାହାନଗା ରେଳ ଦୁର୍ଘଟଣାକୁ ନେଇ ଖୋର୍ଦ୍ଧା DRMଙ୍କ ବିସ୍ଫୋରକ ବୟାନ । ଖୋର୍ଦ୍ଧା ଡିଆରଏମ ରିଙ୍କେଶ ରାୟ ଗତକାଲି ବିସ୍ଫୋରକ ବୟାନ ଦେଇ କହିଛନ୍ତି, ଯଦି କେହି ଫିଜିକାଲି ଟାମ୍ପରିଂ ନ କରିବ, ସିଗନାଲରେ ଗଡ଼ବଡ୍ ହେବନି । ଟେକ୍ନିକାଲି ଏହା ସମ୍ଭବ ନୁହେଁ ।

ସେ କହିଛନ୍ତି, ମେନ୍ ଲାଇନରେ ଗ୍ରୀନ୍ ସିଗନାଲ ଥିଲା। ପ୍ରି କଣ୍ଡିସନ ଠିକ୍ ଥିଲେ ହିଁ ଗ୍ରୀନ ସିଗନାଲ ହୋଇଥାଏ। ଯଦି କିଛି ତ୍ରୁଟି ଥିବ,ତେବେ କେବେ ବି ଗ୍ରୀନ୍ ସିଗନାଲ ହେବ ନାହିଁ, ରେଡ୍ ଲାଇଟ ଜଳିବ । କରମଣ୍ଡଳ ଏକସପ୍ରେସ୍ ଯାଉଥିବା ମେନ୍ ଲାଇନରେ ଗ୍ରୀନ୍ ସିଗନାଲ ଥିଲା ବୋଲି ଡାଟା ଲକ୍‌ରୁ ତାହା ସ୍ପଷ୍ଟ ହୋଇଛି। ଏହି କାରଣରୁ ସିଗନାଲକୁ ଫିଜିକାଲି ଟାମ୍ପିରିଂ କରାଯାଇଥିବା ସନ୍ଦେହ କରିଛନ୍ତି ଖୋର୍ଦ୍ଧା ଡିଆରଏମ୍ । ଏହି ଗଡବଡରୁ ହିଁ ଏତେ ବଡ଼ ଟ୍ରେନ ଦୁର୍ଘଟଣା ହୋଇଥିବା ସନ୍ଦେହ କରାଯାଉଛି ।

Bahanaga Train Accident

ଅନ୍ୟପଟେ ରେଲୱେ ପକ୍ଷରୁ ମୃତଦେହ ଫେରାଇବା ପାଇଁ ସମ୍ପର୍କୀୟଙ୍କ ପାଇଁ ହେଲ୍ପ ଲାଇନ ନମ୍ବର ଜାରି କରାଯାଇଛି । ହେଲ୍ପ ଲାଇନ ନମ୍ବର୍ ୮୪୫୫୮୮୫୯୯୯ ଓ ୦୬୭୪ ୨୫୩୪୦୨୭ ଜାରି କରିଛି ବିଭାଗ । ଓଡ଼ିଶା, ପଶ୍ଚିମବଙ୍ଗ, ତେଲେଙ୍ଗାନା, ଛତିଶଗଡ, ବିହାର, ଝାଡ଼ଖଣ୍ଡ ଆଦି ରାଜ୍ୟରୁ ଅନେକ ଯାତ୍ରୀ ଯାତ୍ରା କରୁଥିଲେ । ୮ଟି ରାଜ୍ୟର ବିଭିନ୍ନ ସ୍ଥାନକୁ ରେଲୱେ ପକ୍ଷରୁ ମୃତକଙ୍କ ଫଟୋ ଏବଂ ମୃତ ଶରୀର ପାଖରୁ ମିଳିଥିବା ସାମଗ୍ରୀର ଫଟୋ ନେଇ ଜଣାଇବା ପାଇଁ ଚେଷ୍ଟା ଚାଲିଛି ।

ଅନ୍ୟପଟେ ଆଜି ସିବିଆଇର ୧୦ ଜଣିଆ ଦଳ ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛନ୍ତି । ଦୁର୍ଘଟଣା ପଛରେ କିଛି ଅପରାଧିକ ଷଡ଼ଯନ୍ତ୍ର ଅଛି କି ନାହିଁ, ସେନେଇ ତଦନ୍ତ ଆରମ୍ଭ କରିଛି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ।

ସୂଚନାଯୋଗ୍ୟ, ଗତ ଶୁକ୍ରବାର ଦିନ ସନ୍ଧ୍ୟା ସମୟରେ ବାହାନଗାରେ ଭୟଙ୍କର ଟ୍ରେନ ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣାରେ ୨୭୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨୦୮ ଲୋକ ଆହତ ହୋଇଥିଲେ। ୧୦୦୯ରୁ ଅଧିକ ଆହତ ଡିସ୍‌ଚାର୍ଜ ହୋଇ ସାରିଥିବା ବେଳେ ଅନ୍ୟମାନେ ବିଭିନ୍ନ ହସ୍‌ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଏହାସହ ଚିହ୍ନଟ ପରେ ସମ୍ପର୍କୀୟମାନଙ୍କୁ ମୃତଦେହ ହସ୍ତାନ୍ତର କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+