ପୁଣି ଥରେ ବାପା ନବ ଦାସଙ୍କ ହତ୍ୟା କାଣ୍ଡକୁ ନେଇ ମୁହଁ ଖୋଲିଲେ ପୁଅ ବିଶାଳ ଦାସ, କହିଦେଲେ ଏମିତି କିଛି
ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବିକୁ ପାଖାପାଖି ମାସେ ହୋଇଥିବାବେଳେ, ଏବେ ସୁଦ୍ଧା କୌଣସି ତଥ୍ୟ ସାମ୍ନାକୁ ଆସିନାହିଁ । ଯାହାକୁ ନେଇ ପୁଣି ଥରେ ସିବିଆଇ ତଦନ୍ତ ଦାବି ଦୋହରାଇଛନ୍ତି ନବ ଦାସଙ୍କ ପୁଅ ବିଶାଳ ଦାସ ।

ଏନେଇ ବିଶାଳ ଦାସ ଗଣମାଧ୍ୟମକୁ କହିଛନ୍ତି ଯେ, ପରିବାର ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସିବିଆଇ ତଦନ୍ତ ପାଇଁ ଯାହା କହିବା କଥା ସବୁ କହି ସାରିଛୁ । ମାମଲାର ସିବିଆଇ ତଦନ୍ତ ପାଇଁ ଦାବି କରାଯାଇଛି । ମୁଖ୍ୟମନ୍ତ୍ରୀ ନ୍ୟାୟ ଦେବେ ବୋଲି ଭରସା ରହିଛି ।
ସୂଚନାଯୋଗ୍ୟ, ମାର୍ଚ୍ଚ ୧୯ ତାରିଖରେ ସ୍ୱର୍ଗତ ନବ ଦାସଙ୍କ ପତ୍ନୀ ମୀନତି ଦାସ ସ୍ୱାମୀଙ୍କ ହତ୍ୟାକାଣ୍ଡର ତଦନ୍ତ ସମ୍ପର୍କରେ ଆଲୋଚନା ପାଇଁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ଏହି ଆଲୋଚନା ସମୟରେ ତାଙ୍କ ଝିଅ ପୂର୍ବତନ ବିଧାୟିକା ଦୀପାଳି ଦାସ ଓ ପୁଅ ବିଶାଳ ଦାସ ମଧ୍ୟ ଉପସ୍ଥିତ ଥିଲେ ।
ଏହି ଘଟଣାରେ ସରକାର ସବୁ ଦିଗକୁ ପୁଣି ଥରେ ଟିକ ନିକ କରି ତଦନ୍ତ କରିବେ ଏବଂ ପ୍ରକୃତ ଦୋଷୀକୁ ଖୋଜି ବାହାର କରିବେ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ । ଆଇନର ମର୍ଯ୍ୟାଦା ମଧ୍ୟରେ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଥିଲେ ।












Click it and Unblock the Notifications