ବିଜେପିରେ ସାମିଲ ହେଲେ ସୋର୍ ବିଧାୟକ ପର୍ଶୁରାମ ଧଡା

ବିଜେପିରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡା ।ବିଜେଡି ଟିକେଟ କାଟିବା ପରେ ଅସନ୍ତୋଷ ବଖାଣି ବିଜୁ ଜନତା ଦଳରୁ ଇସ୍ତଫା ଦେଇଥିଲେ ପର୍ଶୁରାମ । କିନ୍ତୁ କୌଣସି ଦଳରେ ଯୋଗ ଦେଇନଥିଲେ । ଆଜି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ ଓ ବିଜେପି ସହ-ପ୍ରଭାରୀ ଲତା ଉସେଣ୍ଡିଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି ପର୍ଶୁରାମ । ଏହାସହ ପର୍ଶୁରାମଙ୍କର ଘରବାହୁଡା ହୋଇଛି ବୋଲି କହିଛନ୍ତି ମନମୋହନ ।

Parshuram Dhada

ଅନ୍ୟପଟେ ବିଜେପିରେ ସାମିଲ ହେବା ପରେ ପର୍ଶୁରାମ ଧଡା କହିଛନ୍ତି, ବିଜେପିକୁ ଧନ୍ୟବାଦ । ଦୀର୍ଘ ୧୦ ବର୍ଷ ପରେ ପୁଣିଥରେ ଘରକୁ ଫେରିବାକୁ ସୁଯୋଗ ଦେଇଥିବାରୁ ଧନ୍ୟବାଦ । ବିଜେପିରୁ ମୋର ରାଜନୈତିକ କ୍ୟାରିୟର ଆରମ୍ଭ ।

୨୦୦୯ରେ ନିର୍ବାଚନ ଲଢି ଅଳ୍ପ ଭୋଟରେ ପରାଜିତ ହୋଇଥିଲି । ପରେ ୨୦୧୪ ଓ ୨୦୧୯ରେ ବିଜେଡି ଟିକେଟରୁ ବିଧାୟକ ହୋଇଥିଲି । କିନ୍ତୁ ଏବେ ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ଯୋଗ ଦେଇଛି । ଦଳ ଯାହା ଦାୟିତ୍ୱ ଦେବ ତାହାକୁ ସୂଚାରୁ ରୂପେ ତୁଲାଇବି । ଦଳର ଶୃଙ୍ଖଳିତ ସଦସ୍ୟ ଭାବେ କାମ କରିବି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+