ଓଡ଼ିଶା ଛାଡିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ୧୩ରେ ଆଉ ଏକ ଲଘୁଚାପ

ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀର ପ୍ରତ୍ୟାବର୍ତ୍ତନ ଆରମ୍ଭ ହୋଇଛି । ଏପଟେ ଘୂର୍ଣ୍ଣି ବଳୟ ପ୍ରଭାବରେ ଆସନ୍ତା ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଭୁବନେଶ୍ୱର: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀର ପ୍ରତ୍ୟାବର୍ତ୍ତନ ଆରମ୍ଭ ହୋଇଛି । ଏବେ ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର ଓ ନୂଆପଡ଼ାରୁ ମୌସୁମୀ ସଂପୂର୍ଣ୍ଣଭାବେ ଅପସରିଯାଇଛି । ସେହପରି ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର ଓ ମୟୁରଭଞ୍ଜରୁ ଅଧାରୁ ଅଧିକ ଅଂଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛି । ଅନ୍ୟପକ୍ଷରେ ଢେଙ୍କାନାଳ ଜିଲ୍ଲାର ଅଳ୍ପ କିଛି ଅଂଚଳରୁ ମୌସୁମୀ ପ୍ରତ୍ୟାହୃତ ହୋଇଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

odisha weather update

ଏପଟେ ଘୂର୍ଣ୍ଣି ବଳୟ ପ୍ରଭାବରେ ଆସନ୍ତା ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ କ୍ଷେତ୍ରଟି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ଟୁଇଟ୍ କରାଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ଆହୁରି କୁହାଯାଇଛି ଯେ, ଏହି ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହେବା ପରେ ଏହା କ୍ରମେ ପଶ୍ଚିମ ଉତ୍ତର ଦିଗକୁ ଅଗ୍ରସର ହେବ। ଏହା ପଶ୍ଚିମ-ଉତ୍ତର ମୁହାଁ ହୋଇ ୧୫ ତାରିଖ ସୁଦ୍ଧା ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହା ୱେଲମାର୍କଡ ଲଘୁଚାପ ଭାବେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଲଘୁଚାପ କ୍ଷେତ୍ରଟି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ମଧ୍ୟରେ ଉପକୂଳ ଛୁଇଁବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+