ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ପ୍ରଚଣ୍ଡ ଖରା ଓ ଅସହ୍ୟ ଗରମ ପରେ ବୁଧବାର ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ମୌସୁମୀ ବାୟୁ ଓଡିଶାରେ ପ୍ରବେଶ କରିଛି। ଦକ୍ଷିଣ ଓଡିଶାର କିଛି ସ୍ଥାନରେ ମୌସୁମୀ ବାୟୁ ଅଗ୍ରସର ହୋଇଛି। ଦକ୍ଷିଣ ଓଡିଶାରେ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ୧୯୯୯ ମେ'୨୮ରେ ଓ ୨୦୦୯ରେ ମେ' ୨୫ରେ ମୌସୁମୀ ଓଡିଶା ଛୁଇଁଥିଲା।

monsoon

ସେପଟେ ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେଇଛି। ଏହା ୪୮ଘଣ୍ଟା ମଧ୍ୟରେ ଉତ୍ତରରେ ଗତି କରି ଅଧିକ ଘନୀଭୂତ ହୋଇପାରେ। ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ପରବର୍ତ୍ତୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ। ଏହି ସମୟରେ ଘଡ଼ଘଡ଼ି ସହିତ ବର୍ଷା ସାଙ୍ଗକୁ ଘଣ୍ଟାପ୍ରତି ୫୦ରୁ ୬୦କି.ମି. ବେଗରେ ପବନ ବହିପାରେ। ଏଥିପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦେଶ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+