ରାଜ୍ୟରୁ ସଂପୂର୍ଣ୍ଣ ବିଦାୟ ନେଲା ମୌସୁମୀ ବାୟୁ
ରାଜ୍ୟରୁ ସମ୍ପୂର୍ଣ୍ଣ ବିଦାୟ ନେଲା ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ବିଦାୟ ନେଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ହେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି ବୋଲ
ଭୁବନେଶ୍ୱର: ରାଜ୍ୟରୁ ସମ୍ପୂର୍ଣ୍ଣ ବିଦାୟ ନେଲା ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ବିଦାୟ ନେଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ହେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି ବୋଲି କୁହାଯାଇଛି ।

ଏପଟେ ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଆକଳନ ମୁତାବକ କାଲି ଅବପାତରେ ପରିଣତ ହେବ । ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୩ରେ ଗଭୀର ଅବପାତରେ ପରିଣତ ହେବ। ଏହାପରେ ଦିଗ ବଦଳାଇ ଉତ୍ତର ଦିଗକୁ ଯାଇ ୨୪ ତାରିଖରେ ବାତ୍ୟାର ରୂପ ନେବ ।
ପଶ୍ଚିମ କେନ୍ଦ୍ରୀୟ ଓ ନିକଟସ୍ଥ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବ । ବାତ୍ୟା ଉତ୍ତର ଓ ଉତ୍ତରପୂର୍ବ ଦିଗରେ ଗତି କରିବ । ତେଣୁ ଓଡ଼ିଶା ଉପକୂଳ ପାଖ ଦେଇ ପଶ୍ଚିମବଙ୍ଗ -ବାଂଲାଦେଶ ମୁହାଁଇବ। ଏହି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ସିଧା ହିଟ୍ ନ କଲେ ବି ଓଡ଼ିଶା ଉପକୂଳ ବିପଦମୁକ୍ତ ନୁହଁ। ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।












Click it and Unblock the Notifications