ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ

ଆଜି ଲୋକସେବା ଭବନ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ । ଏହି ବୈଠକରେ ସ୍ପେନ ଏବଂ ଓଡିଶା ମଧ୍ୟରେ ସାଂସ୍କୃତିକ ଏବଂ ଅର୍ଥନୈତିକ ସମ୍ପର୍କକୁ ଆହୁରି ସୁଦୃଢ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ । ସ୍ପେନର ରାଷ୍ଟ୍ରଦୂତ କହିଥିଲେ ଯେ, ରିନିୱେବଲ୍ ଏନର୍ଜି, ମେଟାଲର୍ଜି, ବୟନଶିଳ୍ପ ଏବଂ ଅଟୋମୋବାଇଲ ଭଳି ପ୍ରମୁଖ କ୍ଷେତ୍ରରେ ଓଡିଶା ଓ ସ୍ପେନ ମଧ୍ୟରେ ଅଧିକ ସହଯୋଗ ହୋଇପାରିବ ।

mohan majhi

ଆଲୋଚନାରୁ ଜଣା ଯାଇଛି ଯେ, ସ୍ପେନ ସହିତ ଅଧିକ ସହଭାଗୀତା ପାଇଁ ଦୁଇ ଦେଶ ମଧ୍ୟରେ ଶିଳ୍ପ, ପ୍ରଯୁକ୍ତିବିଦ୍ୟା ଏବଂ ସାଂସ୍କୃତିକ ସହଯୋଗର ଏକ ନୂତନ ଅଧ୍ୟାୟ ଆରମ୍ଭ କରାଯିବ । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଏବଂ ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+