ସସ୍‌ପେଣ୍ଡ ପରେ ପ୍ରତିକ୍ରିୟା ରଖିଲେ ବାଚସ୍ପତି ଓ ଦୁଇ ବିଧାୟକ

ସସ୍‌ପେଣ୍ଡ କଲା ପରେ ପ୍ରତିକ୍ରିୟା ରଖିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ । ସେ କହିଛନ୍ତି ଯେ, ଉଭୟଙ୍କ ଆଚରଣରେ କ୍ଷୁବ୍ଧ ହୋଇ ଗୃହ ଏଭଳି ନିଷ୍ପତ୍ତି ନେଇଛି । ସମ୍ବିଧାନ ବିଧି ଅନୁସାରେ, ଗୃହର ମତ ନେଇ ସସ୍‌ପେଣ୍ଡ କରାଯାଇଛି ବୋଲି ପ୍ରମିଳା କହିଛନ୍ତି ।

ସେହିପରି ସସ୍‌ପେଣ୍ଡ ହୋଇଥିବା ବିଧାୟକ ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ଡାଲି ଏକ ସିମ୍ବଲ , ବିରୋଧୀ ଦଳ ନେତାଙ୍କୁ ମନ୍ତବ୍ୟ ଦେବାକୁ ସୁଯୋଗ ଦିଆଯାଉନି, ତେଣୁ ଆମେ ଏହାର ପ୍ରତିବାଦ କରିଥିଲୁ ବୋଲି ସେ କହିଛନ୍ତି । ସେ ଡାଲି ଭଲ ପାଉଥିବାରୁ ତାଙ୍କୁ ଡାଲି ଉପହାର ଦେଉଥିଲୁ । ବାଚସ୍ପତି ନିର୍ଦ୍ଦଳୀୟ ନିଷ୍ପତ୍ତି ନେବା କଥା, ସେ ସେମିତି କରୁନାହାନ୍ତି ।ସେ ନିରପେକ୍ଷ ହେଉନଥିବାରୁ ପ୍ରତିବାଦରେ ଡାଲି ଉପହାର ଦେଉଥିଲୁ । ତାଙ୍କ ପ୍ରତି ଆମର ଅସମ୍ମାନ ନାହିଁ, ତାଙ୍କୁ ଡାଲି ଉପହାର ଦେଉଥିଲୁ ବୋଲି କହିଛନ୍ତି ମୁକେଶ ମହାଲିଙ୍ଗ ।

ବିନା ଦୋଷରେ ସସ୍‌ପେଣ୍ଡ କରାଯାଇଛି କହିଛନ୍ତି ମୋହନ ମାଝୀ । ମୁଁ ଡାଲି ଫୋପାଡ଼ିନି କି ଉପହାର ମଧ୍ୟ ଦେଇନି । ସେ ଡାଲି ଭଲପାଉଥିବାରୁ ଆମ ବିଧାୟକ ଉପହାର ଦେବାକୁ ଆଣିଥିଲେ । ଏ ନିଷ୍ପତ୍ତି ନିନ୍ଦନୀୟ, ଏହାର ଘୋର ପ୍ରତିବାଦ କରିବୁ ବୋଲି ମୋହନ ମାଝୀ କହିଛନ୍ତି ।

ବାଚସ୍ପତିଙ୍କ ପୋଡ଼ିୟମକୁ ଡାଲି ମାଡ଼ ଓ ୨ ସସ୍‌ପେଣ୍ଡ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଜୟନାରାୟଣ ମିଶ୍ର । ସେ କହିଛନ୍ତି ଯେ, ବିରୋଧୀ ଦଳ ନେତାଙ୍କୁ ସେମାନେ ମେଣ୍ଟାଲ ଡିଜ୍‌ଅର୍ଡର କହିଲେ । ଏହାକୁ ବିବରଣୀରୁ ବାଦ୍‌ ଦେବାକୁ କହିଲୁ, ବାଚସ୍ପତି ଗ୍ରହଣ କଲେନି ।

ବାଚସ୍ପତି ନିରପେକ୍ଷ ନୁହଁନ୍ତି । ତାଙ୍କ ନିରପେକ୍ଷତା ଆମେ ଦେଖିପାରୁନୁ । ବାଚସ୍ପତି ଦଳର କର୍ମକର୍ତ୍ତା ଭଳି ଆଚରଣ କରୁଛନ୍ତି ବୋଲି ଜୟନାରାୟଣ କହିଛନ୍ତି । ବାଚସ୍ପତି ନିଜେ ସସ୍‌ପେଣ୍ଡ ହେବା କଥା, ସେ କଣ ସସ୍‌ପେଣ୍ଡ କରୁଛନ୍ତି ? ଏ ସସ୍‌ପେଣ୍ଡକୁ ଆମେ ଭ୍ରୁକ୍ଷେପ କରୁନୁ, ଆମ ପ୍ରତିବାଦ ଜାରି ରହିବ ବୋଲି ଜୟ ନାରାୟଣ କହିଛନ୍ତି ।

ବିଧାନସଭାରୁ ସସ୍‌ପେଣ୍ଡ ହୋଇଛନ୍ତି ୨ ବିଜେପି ବିଧାୟକ । ବିଧାୟକ ମୋହନ ମାଝୀ ଓ ମୁକେଶ ମହାଲିଙ୍ଗ ସସ୍‌ପେଣ୍ଡ । ବାଚସ୍ପତିଙ୍କ ପୋଡ଼ିୟମକୁ ଡାଲି ଫିଙ୍ଗିଥିବାରୁ ସସ୍‌ପେଣ୍ଡ ହୋଇଛନ୍ତି । ଚଳିତ ଅଧିବେଶନ ଶେଷ ପର୍ଯ୍ୟନ୍ତ ସସ୍‌ପେଣ୍ଡ କରିଛନ୍ତି ବାଚସ୍ପତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+