ଚାରିଧାମକୁ ଗଡିବ ସ୍ୱତନ୍ତ୍ର ବସ୍; ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା

ଚାରିଧାମକୁ ଗଡିବ ସ୍ୱତନ୍ତ୍ର ବସ୍। ଏଥିସହ ରାଜ୍ୟ ବାହାରେ ଥିବା ବିଭିନ୍ନ ତୀର୍ଥକ୍ଷେତ୍ରକୁ ବି ଚାଲିବ ବସ୍। ପୁରୀରୁ ଅଯୋଧ୍ୟା, ତିରୁପତି, ମଥୁରା ଓ ବୃନ୍ଦାବନ ଭଳି ବିଭିନ୍ନ ତୀର୍ଥକ୍ଷେତ୍ରକୁ ଆରମ୍ଭ ହେବ ବସ୍ ସେବା । ଫଳରେ ତୀର୍ଥ ଯାତ୍ରୀମାନେ ନୂଆ ବର୍ଷ ପୂର୍ବରୁ ସୁଲଭ ମୂଲ୍ୟରେ ରାଜ୍ୟ ବାହାରର ବିଭିନ୍ନ ତୀର୍ଥ କ୍ଷେତ୍ରକୁ ଯାତ୍ରା କରିପାରିବେ। ଆଜି ଏହି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା।

ମନ୍ତ୍ରୀ କହିଛନ୍ତି, ଏଥିପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇସାରିଛନ୍ତି । ଆବଶ୍ୟକ ଅନୁଯାୟୀ ସ୍ୱତନ୍ତ୍ର ଭଲବୋ ବସ ମଧ୍ୟ ଆସି ସାରିଛି। ଏଥାପାଇଁ ପରମିସନ ଓ ରୁଟ ବି ପ୍ରସ୍ତୁତ ହୋଇସାରିଛି। ନୂଆ ବର୍ଷ ପୂର୍ବରୁ ଏହି ବସ୍ ପ୍ରଚଳନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।

Special buses to 4 dhama

ତୀର୍ଥଯାତ୍ରୀ ଓ ମହିଳା ମାନଙ୍କ ପାଇଁ ଟିକେଟ୍ ଦାମରେ କୋହଳ କରାଯିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି। କେବଳ ଏତିକି ନୁହେଁ କିଭଳି ବାହାର ରାଜ୍ୟକୁ ଭୁବନେଶ୍ୱରରୁ ଅଧିକ ଗାଡି ସଂଯୋଗ କରାଯାଇପାରିବ ସେଥିପାଇଁ ସରକାର ପଦକ୍ଷେପ ନେଉଥିବା ସେ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+