ଶ୍ରୀମନ୍ଦିର ସୁରକ୍ଷାରେ ନିୟୋଜିତ ହେଲେ ସ୍ଵତନ୍ତ୍ର ବାହିନୀ
ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ। ନିୟୋଜିତ ହେଲେ ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟଙ୍କ ସହ ଦୁଇଜଣ ଡେପୁଟି କମାଣ୍ଡାଣ୍ଟ ଓ ତିନିଜଣ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ। ଆସନ୍ତା 28 ତାରିଖ ପୂର୍ବରୁ ଏମାନଙ୍କୁ ଡ୍ୟୁଟିରେ ଯୋଗଦେବାକୁ ବା ଦାୟିତ୍ୱ ନେବାକୁ ପୋଲିସ ହେଡକ୍ୱର୍ଟରର ଅତିରିକ୍ତ ଡିଜିଙ୍କ ପକ୍ଷରୁ ନିର୍ଦେଶନାମା ଜାରି ହୋଇଛି।

ସ୍ୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ କମାଣ୍ଡାଣ୍ଟ ଭାବେ ତାପସ ରଞ୍ଜନ ଦାସଙ୍କୁ ନିୟୋଜିତ କରାଯାଇଛି। ସ୍ଵତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ ନାଁରେ ସ୍ୱତନ୍ତ୍ର ଟିମ୍ ଶ୍ରୀମନ୍ଦିର ସୁରକ୍ଷା ଓ ଶୃଙ୍ଖଳା ଦାୟିତ୍ୱରେ ରହିବ।
ବାଟାଲିୟନରେ ଅଭିଜ୍ଞତା ଥିବା ପୋଲିସଙ୍କୁ ୩ ବର୍ଷ ପାଇଁ ଡେପୁଟେସନରେ ଅଣାଯିବ। ରାଜ୍ୟ ଶସସ୍ତ୍ର କ୍ୟାଡର୍ ର ଜଣେ କମାଣ୍ଡାଣ୍ଟ, ଦୁଇ ଜଣ ଡେପୁଟି କମାଣ୍ଡାଣ୍ଟ, ତିନିଜଣ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟଙ୍କ ସମେତ, ୮ ଇନ୍ସପେକ୍ଟର, ୩୧ ସବ୍ ଇନ୍ସପେକ୍ଟର , ୨୪ ଜଣ ଆସିଷ୍ଟାଣ୍ଟ ସବ୍ ଇନ୍ସପେକ୍ଟର ନିଯୁକ୍ତ ହେବେ। ତେଵେ ଏହି ସୁରକ୍ଷା ବାହିନୀ ଆଣ୍ଟି ଟେରରିଷ୍ଟ ଅପରେସନ ସହ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ବ,ଶ୍ରୀଗୁଣ୍ଡିଚା ମନ୍ଦିର, ପରିକ୍ରମା ପ୍ରକଳ୍ପ, ମାଉସୀ ମା' ମନ୍ଦିର ସୁରକ୍ଷା ଦାୟିତ୍ୱରେ ନିୟୋଜିତ ହେବେ। ୧୦୮୩ ଜଣଙ୍କୁ ନିଯୁକ୍ତି ଦେବାକୁ ପୂର୍ବରୁ ଯୋଜନା ହୋଇଥିଲେ ହେଁ ଏବେ ଏହି ସଂଖ୍ୟା ୧୨ ଶହରୁ ଉର୍ଦ୍ଧ୍ବ ହେବ ବୋଲି ଜଣାପଡ଼ିଛି।












Click it and Unblock the Notifications