ଆସନ୍ତାକାଲି ସ୍ୱତନ୍ତ୍ର ଓଟିଇଟି; ୭୫ ହଜାର ୪୦୩ ଶିକ୍ଷକ-ଶିକ୍ଷୟିତ୍ରୀ ଦେବେ ପରୀକ୍ଷା
ଆସନ୍ତାକାଲି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ରାଜ୍ୟର ୧୯୩ ଟି ପରୀକ୍ଷା କେନ୍ଦ୍ରରେ ୭୫ ହଜାର ୪୦୩ ଶିକ୍ଷକ ଶିକ୍ଷୟିତ୍ରୀ ଦେବେ ଏହି ପରୀକ୍ଷା । ଲଘୁଚାପ ଓ ଲଗାଣ ବର୍ଷା ପାଇଁ ପରୀକ୍ଷା କେନ୍ଦ୍ରରେ ୨୪ ଘଣ୍ଟିଆ ପାୱାର ସପ୍ଲାଇ ପାଇଁ ଚିଠି ଲେଖିଲା ବୋର୍ଡ । ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଏ ନେଇ ଚିଠି ଲେଖା ହୋଇଛି । ସମସ୍ତ ପରୀକ୍ଷା କେନ୍ଦ୍ରରେ ହୋଇଛି ସିସିଟିଭି ବ୍ୟବସ୍ଥା । ବୋର୍ଡରେ ରହିଛି ଇଣ୍ଟିଗ୍ରେଟେଡ଼ କମାଣ୍ଡ କଣ୍ଟ୍ରୋଲ ରୁମ । ବୋର୍ଡରୁ ସମସ୍ତ ପରୀକ୍ଷା ନିରୀକ୍ଷଣ କରି ପାରିବେ ଅଧିକାରୀ ପରୀକ୍ଷାରେ ଅନିୟମିତତା ତଥା ଭାଇରାଲ୍ ଓ କପି ଆଦି ନିୟନ୍ତ୍ରଣ ପାଇଁ ପୂର୍ବ ପରି ପ୍ରତି ପ୍ରଶ୍ନପତ୍ରରେ କ୍ୟୁଆର୍ କୋର୍ଡ ଏବଂ ୱାଟର୍ ମାର୍କ ରହିଛି ।
ଏହି ସ୍ପେସାଲ୍ ଓଟିଇଟି ପାଇଁ ରାଜ୍ୟରେ ଆବେଦନରତ ୭୫ ହଜାରରୁ ଅଧିକ ଇନ୍ସର୍ଭିସ ଶିକ୍ଷକଙ୍କ ମଧ୍ୟରୁ ୨ ହଜାର ୬ ଶହ ଜଣ ଶାରୀରିକ ଅକ୍ଷମ ପ୍ରାର୍ଥୀ ଥିବା ସୂଚନା ମିଳିଛି । ଉକ୍ତ ପ୍ରାର୍ଥୀମାନଙ୍କୁ ଅଧିକ ୫୦ ମିନିଟ୍ ସମୟ ଦିଆଯିବ । ଏହି ପରୀକ୍ଷା ଦୁଇଟି ସିଟିଂରେ ହେବ । ପେପର-୧ ପରୀକ୍ଷା ପ୍ରଥମ ସିଟିଂରେ ସକାଳ ୯ଟାରୁ ଦିନ ୧୧ଟା ୩୦ ମିନିଟ୍ ପର୍ଯ୍ୟନ୍ତ ଚାଲିବ । ସେହିପରି ପେପର-୨ ପରୀକ୍ଷା ଅପରାହ୍ନ ୨ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ଟା ୩୦ ମିନିଟ୍ରେ ଶେଷ ହେବ । ପୂର୍ବ ପରି ସେହି ପୁରୁଣା ପାର୍ଟନ ଅନୁସାରେ ପ୍ରଶ୍ନ ପ୍ରସ୍ତୁତି କରାଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟପଟେ ଏଥର ସିବିଏସଇ ଢାଞ୍ଚାରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ଦେଶର ଦୁଇ ପ୍ରମୁଖ ପରୀକ୍ଷା ପରିଚାଳନା ସଂସ୍ଥା ସିବିଏସଇ ଓ କେନ୍ଦ୍ରୀୟ ବିଦ୍ୟାଳୟର ପରୀକ୍ଷା ପରିଚାଳନା ବ୍ଯବସ୍ଥା ଅନୁଯାୟୀ ହେବ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ଶ୍ରୀକାନ୍ତ ତରାଇ ଏନେଇ ପୂର୍ବରୁ ସୂଚନା ଦେଇଥିଲେ । ଓଟିଇଟି ପରୀକ୍ଷାରେ ବିଭ୍ରାଟ ହେବା ପରେ ଏହି ଦୁଇଟି ପରୀକ୍ଷା ପରିଚାଳନା ସଂସ୍ଥାର କୌଶଳକୁ ଅନୁଧ୍ୟାନ କରାଯାଇଛି ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications