ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କମିଶନରେଟ ପୁଲିସ ପକ୍ଷରୁ ସ୍ଵତନ୍ତ୍ର ସୁରକ୍ଷା ବ୍ୟବସ୍ଥା
ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କଡ଼ାକଡି ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି କମିଶନରେଟ ପୁଲିସ । ମୋଟ ୫୯ ପ୍ଲାଟୁନ ଫୋର୍ସ ସୁରକ୍ଷା ଦାୟିତ୍ୱରେ ରହିବେ।

ଜଣେ ଆଇଜି, ୩ ଜଣ ଡିଆଇଜି,୧୩ ଜଣ ଏସପି ଓ ଡିସିପି ରାଙ୍କ ଅଫିସର, ୧୮ ଜଣ ଅତିରିକ୍ତ ଏସ୍ପି, ୫୮ ଜଣ ଡ଼ିଏସପି, ୯୪ ଇନ୍ସପେକ୍ଟର ଓ ୩୧୨ ଜଣ ଏସଆଇ ଓ ଏଏସଆଇ, ୨୮ ଜଣ କମାଣ୍ଡଡେଣ୍ଟ୍ ସୁରକ୍ଷା ଦାୟିତ୍ୱରେ ରହିବେ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାର ରିହରସେଲ କରିଛନ୍ତି ନିଜେ ପୁଲିସ କମିଶନର। ସଭାସ୍ଥଳକୁ ଆସିବା ପୂର୍ବରୁ କେଉଁ ଗେଟରେ କାହାର ଏଣ୍ଟ୍ରି ହେବ ସେ ନେଇ ସୂଚନା ଦିଆଯାଇଛି।
ଆସନ୍ତାକାଲି ତାରିଖ ଦିନ ୨ ଟା ୧୦ ମିନିଟରେ ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ। ରାଜଭବନ ଯାଇ ସେଠାରେ ୨ ଘଣ୍ଟା ରହିବା ପରେ ୪ ଟା ୩୦ ବେଳେ ରାଜଭବନରୁ ବାହାରି ଜନତା ମୈଦାନ ଯିବେ। ସମ୍ପୂର୍ଣ୍ଣ ଜନତା ମୈଦାନକୁ ସିସିଟିଭି ନଜରରେ ରଖାଯାଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭିଭିଆଇପିଙ୍କ ବିମାନବନ୍ଦରରେ ପହଞ୍ଚିବା ଠାରୁ ହୋଟେଲ୍ରେ ରହିବା, ଉତ୍ସବସ୍ଥଳକୁ ଯିବା ଏବଂ ବିମାନବନ୍ଦରକୁ ଫେରିବା ପର୍ଯ୍ୟନ୍ତ ସବୁଠି ପୁଲିସ ଛାଉଣୀ କରାଯିବ।












Click it and Unblock the Notifications