Shree Mandir News: ସ୍ୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀରେ ନିଯୁକ୍ତି ଲାଗି ବିଜ୍ଞପ୍ତି, ପୂରଣ ହେବ ୧୦୮୩ ପଦବି

ଶ୍ରୀମନ୍ଦିର ସୁରକ୍ଷା,ବଡ଼ଦାଣ୍ଡ ଓ ଦର୍ଶନ ଗହଳିକୁ ଶୃଙ୍ଖଳିତ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀରେ ନିଯୁକ୍ତି ଲାଗି ବିଜ୍ଞପ୍ତି ପ୍ରକାଶ । ଏଥିଲାଗି ମୋଟ ୧୦୮୩ ପଦବି ସୃଷ୍ଟି କରାଯାଇଛି । ଏଥିରେ ବିଭିନ୍ନ ବର୍ଗର ଅଧିକାରୀ ଓ କର୍ମଚାରୀମାନଙ୍କୁ ନିୟୋଜିତ କରାଯିବ ।

ଷ୍ଟେଟ ଆର୍ମଡ୍ କ୍ୟାଡରରୁ ଗୋଟିଏ କମାଣ୍ଡାଣ୍ଟ, ୨ଟି ଡେପୁଟି କମାଣ୍ଡାଣ୍ଟ, ୧୦ଟି ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ ,୮ ଇନ୍ସପେକ୍ଟର, ୩୧ ସବ୍ ଇନ୍ସପେକ୍ଟର, ୨୪ ଆସିଷ୍ଟାଣ୍ଡ ସବ୍ ଇନ୍ସପେକ୍ଟର ପଦବି ପୂରଣ ହେବ ।

ସେହିଭଳି ଷ୍ଟେଟ କ୍ୟାଡର ଅଫ ସିଭିଲ ପୋଲିସରୁ ଗୋଟିଏ ସବ୍ ଇନ୍ସପେକ୍ଟର, ୨ଟି ଆସିଷ୍ଟାଣ୍ଡ ସବ୍ ଇନ୍ସପେକ୍ଟର, ଗୋଟିଏ ସବ୍ ଇନ୍ସପେକ୍ଟର(ଆର୍ମୋରର) , ଗୋଟିଏ ହାବିଲଦାର (ଆର୍ମୋରର), ୨ଟି ଆସିଷ୍ଟାଣ୍ଟ ଆର୍ମୋରର, ୧ସବ୍ଇନ୍ସପେକ୍ଟର (କମ୍ୟୁନିକେସନ) , ୪ ଆସିଷ୍ଟାଣ୍ଡ ସବ୍ ଇନ୍ସପେକ୍ଟର (କମ୍ୟୁନିକେସନ) ନିଯୁକ୍ତ ହେବେ । ଏହାବାଦ ରାଜ୍ୟ ପିଏମଟି କ୍ୟାଡରରୁ ଜଣେ ସବ୍ ଇନ୍ସପେକ୍ଟର ଏମଟି, ୯ ଡ୍ରାଇଭର ହାବିଲଦାର, ୧୮ ଡ୍ରାଇଭର ପଦବି ପୂରଣ ହେବ ।

shree mandir

ଏହାବାଦ ହାବିଲଦାର ୨୪୦,ବାଟାଲିଆନ କ୍ୟାଡରରୁ ସିପାହୀ ୭୨୦ ଜଣ ନିଯୁକ୍ତ ହେବେ । ଡିପିଓ କ୍ୟାଡରରୁ ମୁଖ୍ୟ କିରାଣି , ବରିଷ୍ଠ କିରାଣି ଓ ବରିଷ୍ଠ ଷ୍ଟେନୋଗ୍ରାଫର ପଦବି ପୂରଣ ହେବ । ଏହି ନିଯୁକ୍ତି ପ୍ରକ୍ରିୟା କମିଟିରେ ଅଧ୍ୟକ୍ଷ ଅତିରିକ୍ତ ପୁଲିସ ଡିଜି,ସଦସ୍ୟ ଭାବେ ଆଇଜି, ଡିଆଇଜି କେନ୍ଦ୍ରାଞ୍ଚଳ ରେଞ୍ଜ, ପୁରୀ ଏସ୍ପି ଓ ଡିଜିପିଙ୍କ ଦ୍ୱାରା ମନୋନୀତ ଆଇଜି, ଡିଆଇଜି,ଏସ୍ପି କିମ୍ବା କମାଣ୍ଡାଣ୍ଟ ର୍ୟାଙ୍କର ଅଧିକାରୀ ରହିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+