ସମ୍ଭାବ୍ୟ ବାତ୍ୟା ନେଇ SRCଙ୍କ ବୈଠକ, ଜିରୋ କାଜୁଆଲ୍ଟି ପାଇଁ ପ୍ରସ୍ତୁତି ଆରମ୍ଭ
ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । ମୁଖ୍ୟମନ୍ତ୍ରୀଙ୍କ ଏଜେଣ୍ଡା "ଜିରୋ କାଜୁଆଲିଟି" ପ୍ରାଥମିକତା ଦିଆଯାଇ ଆରମ୍ଭ ହୋଇଛି ପ୍ରସ୍ତୁତି । ସମ୍ଭାବ୍ୟ ବାତ୍ୟାକୁ ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ପ୍ରଦୀପ ଜେନା କରିଛନ୍ତି ସ୍ବ
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । ମୁଖ୍ୟମନ୍ତ୍ରୀଙ୍କ ଏଜେଣ୍ଡା "ଜିରୋ କାଜୁଆଲିଟି" ପ୍ରାଥମିକତା ଦିଆଯାଇ ଆରମ୍ଭ ହୋଇଛି ପ୍ରସ୍ତୁତି । ସମ୍ଭାବ୍ୟ ବାତ୍ୟାକୁ ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ପ୍ରଦୀପ ଜେନା କରିଛନ୍ତି ସ୍ବତନ୍ତ୍ର ବୈଠକ । ଆଇଏମ୍ଡି ଡିଜି ଓ ବିଭିନ୍ନ ବିଭାଗର ସଚିବଙ୍କ ସହ ଏସ୍ଆର୍ସି ପ୍ରଦୀପ ଜେନା ଭିଡିଓ କନଫରେନ୍ସିଂ ଯୋଗେ ଆଲୋଚନା କରିଛନ୍ତି ।

ରାଜୀବ ଭବନରୁ ଭିଡିଓ କନଫରେନ୍ସିଂରେ ସାମିଲ ହୋଇ ବାତ୍ୟା ମୁକାବିଲା ସମ୍ପର୍କରେ ଆଲୋଚନା କରିଛନ୍ତି । ଆବଶ୍ୟକ ମାନବସମ୍ବଳ ସହ ଯନ୍ତ୍ରପାତି ପ୍ରସ୍ତୁତ ରଖିବାକୁ ଏସଆରସି ପରାମର୍ଶ ଦେଇଛନ୍ତି ।
ସୂଚନାଥାଉ କି, ଗତକାଲି ସନ୍ଧ୍ୟାରେ ଏନଡିଆରଏଫ, ଓଡ୍ରାଫ, ପାଣିପାଗ ବିଭାଗ ସହ ଏସଆରସିଙ୍କ ବୈଠକ ବସିଥିଲା । ବୈଠକ ପରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଓ ସାମୁଦ୍ରିକ ଝଡ ସୃଷ୍ଟି ହେବା ନେଇ ସୂଚନା ଦେଇଥିଲେ ଏସଆରସି ପ୍ରଦୀପ ଜେନା ।
ଆସନ୍ତା 22 ତାରିଖରେ ବଙ୍ଗୋପସାଗରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଯାହା ଆସନ୍ତା ଦୁଇ ଦିନ ମଧ୍ୟରେ ଅର୍ଥାତ ମେ 25 ତାରିଖକୁ ସାମୁଦ୍ରିକ ଝଡର ରୂପ ନେଇପାରେ । ଶେଷରେ ମେ 26 ସନ୍ଧ୍ୟାରେ ଓଡିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବନୁମାନ କରିଥିବା କହିଛନ୍ତି ଏସଆରସି ପ୍ରଦୀପ ଜେନା ।
ସେହିପରି ସମୁଦ୍ର ମଧ୍ୟକୁ ନଜିବାକୁ ମତ୍ସଜୀବୀଙ୍କୁ ପରାମର୍ଶ ଦେଇଛନ୍ତି ଏସଆରସି । ଏଥି ସହ ଏନଡିଆରଏଫ, ଓଡ୍ରାଫ, ପୋଲିସ ଓ ଅଗ୍ନିଶମ ବିଭାଗକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।
ଅନ୍ୟପଟେ ଆଇଏମ୍ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ବାତ୍ୟା ୟଶ କେଉଁଠି ଏହା ଉପକୂଳ ଛୁଇଁବ, ଏବେଠୁ କହିବା ସମ୍ଭବ ନୁହେଁ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏନେଇ ସଠିକ ଆକଳନ କରାଯାଇପାରିବ ବୋଲି ସେ କହିଛନ୍ତି । ଓଡ଼ିଶା ଉପରେ ଏହି ବାତ୍ୟାର ପ୍ରଭାବ ନିଶ୍ଚିତ ପଡ଼ିବ ବୋଲି କହିଛନ୍ତି ଆଇଏମ୍ଡି ଡିଜି। ସେ କହିଛନ୍ତି, ଏହାର ପ୍ରଭାବରେ ୨୫ ତାରିଖ ସନ୍ଧ୍ୟାରୁ ଓଡ଼ିଶା ଉପକୂଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆରମ୍ଭ ହୋଇପାରେ।












Click it and Unblock the Notifications