ବର୍ଷା ନେଇ ସତର୍କ କରାଇଲେ SRC; ୬ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ
ବର୍ଷା ନେଇ ସତର୍କ କରାଇଲେ SRC ସତ୍ୟବ୍ରତ ସାହୁ । ପବନ ନୁହେଁ ବର୍ଷା ପାଇଁ ପ୍ରଭାବ ପଡ଼ିପାରେ ବୋଲି ସେ କହିଛନ୍ତି । ବିଶେଷକରି ଦକ୍ଷିଣ ଓଡ଼ିଶା ଜିଲ୍ଲା ପ୍ରଭାବିତ ହେବା ଆଶଙ୍କା ରହିଛି ।
ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ପ୍ରଭାବିତ ହେବ ।ବର୍ଷା ଯୋଗୁଁ ମାଟି ଅତଡ଼ା ଧସିବା ଓ ଗଛ ଉପୁଡ଼ିବା ଆଶଙ୍କା ରହିଛି । ଏଥିପାଇଁ ସ୍ବତନ୍ତ୍ର ଭାବେ ୫ ଓଡ୍ରାଫ, ୮ଟି ଫାୟାର ଟିମ୍ ପଠାଇଛୁ ବୋଲି ସେ କହିଛନ୍ତି । ୬ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ ହୋଇଛି । ଚାଷ ଅମଳ ଷ୍ଟେଜ୍ରେ ଥିବାରୁ କ୍ଷତି ହୋଇପାରେ ବୋଲି ସେ କହିଛନ୍ତି ।
ଭୀଷଣବାତ୍ୟାରେ ପରିଣତ ହୋଇଛି ବାତ୍ୟା । "#MICHAUNG" ଆଜିଠୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ଭାରି ବର୍ଷା ( ୭ ରୁ ୧୧ ସେମି) ହେବାର ସମ୍ଭାବନା ରହିଛି ।

ମାଡି ଆସୁଛି ବାତ୍ୟା ମିଗଜୋମ୍ । ବଙ୍ଗୋପ ସାଗରରେ ସୃଷ୍ଟ ବାତ୍ୟା ମିଗଜୋମ୍ ଏବେ ଘଣ୍ଟା ପ୍ରତି ୧୪ କିଲୋମିଟର ବେଗରେ ସ୍ଥଳଭାଗ ଆଡକୁ ଆସୁଛି । ଦକ୍ଷିଣପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା "MICHAUNG" ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୪ କିଲୋମିଟର ବେଗରେ ଅଗ୍ରସର ହେଉଛି।
ବାତ୍ୟା ମିଗଜୋମ୍ ପ୍ରଭାବରେ ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ପ୍ରବଳ ବର୍ଷା କାରଣରୁ ଲୋକମାନେ ଅଫିସ୍ ମଧ୍ୟ ଯାଇପାରିନାହାନ୍ତି । ସୋମବାର ତାମିଲନାଡୁ ଏବଂ ଆନ୍ଧ୍ର ପ୍ରଦେଶର ବିଭିନ୍ନ ଜିଲ୍ଲାରେ ସ୍କୁଲ ଏବଂ କଲେଜ ଛୁଟି ଘୋଷଣା କରାଯାଇଛି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications