ସମ୍ଭାବ୍ୟ ବାତ୍ୟା ପାଇଁ ୭ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କଲେ ଏସଆରସି
ସମ୍ଭାବ୍ୟ ବାତ୍ୟା ପାଇଁ ୭ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କଲେ ସ୍ପେଶାଲ ରିଲିଫ୍ କମିଶନର । ଏସଆରସି ଆଜି ଚିଠି ଲେଖି ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା ଓ ବାଲେଶ୍ୱର ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ।
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପାଇଁ ୭ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କଲେ ସ୍ପେଶାଲ ରିଲିଫ୍ କମିଶନର । ଏସଆରସି ଆଜି ଚିଠି ଲେଖି ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା ଓ ବାଲେଶ୍ୱର ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି । ସମସ୍ତ ସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।

ସେପଟେ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ବଢୁଥିବା ଚିତ୍ର ଆଜି ସ୍ପଷ୍ଟ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସକ୍ରିୟ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପର ରୂପ ନେବ । ପରବର୍ତ୍ତୀ ୪୮ ଘଣ୍ଟା ଭିତରେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି ବୋଲି ଟୁଇଟ୍ କରି ଏହି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଯଦି ଏହା ବାତ୍ୟାର ରୂପ ନେଇ ତେବେ ଏହା ନାମ 'ସିତ୍ରାଙ୍ଗ' ରହିବ । ଥାଇଲାଣ୍ଡ ଏହି ବାତ୍ୟାର ନାମକରଣ କରିଛି ।
ତେବେ ଏଯାଏ ବାତ୍ୟାର ଚିତ୍ର ସ୍ପଷ୍ଟ ହୋଇପାରି ନ ଥିବା ବେଳେ ଏହା କେଉଁ ଦିଗରେ ଗତି କରିବ, ତାହାର ତୀବ୍ରତା କେତେ ରହିବ, କେଉଁଠି ଲ୍ୟାଣ୍ଡଫଲ୍ କରିବ ତାହା ସ୍ପଷ୍ଟ ହୋଇ ପାରିନି । ମାତ୍ର ଏହା ଭିତରେ ବାତ୍ୟାକୁ ନେଇ ବିଭିନ୍ନ ମଡେଲ ଭିନ୍ନ ଭିନ୍ନ ତଥ୍ୟ ପ୍ରଦାନ କରୁଛନ୍ତି । ବାତ୍ୟାର ଗତିପଥ ଓ ତୀବ୍ରତାକୁ ନେଇ ମଧ୍ୟ ଭିନ୍ନ ଭିନ୍ନ ତଥ୍ୟ ଆସୁଛି ।












Click it and Unblock the Notifications