ବର୍ଷାକୁ ନେଇ ସତର୍କ କରାଇଲେ SRC; ପ୍ରବଳ ବର୍ଷାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ନେଇ ସତର୍କ କରାଇଲେ ସ୍ୱତନ୍ତ୍ର ରିଲିଫ କମିଶନର । ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ଆରଡିସିଙ୍କୁ ଚିଠି ଲେଖିଛନ୍ତି SRC । ପ୍ରବଳ ବର୍ଷାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସତର୍କ କରାଇଛନ୍ତି ଏସଆରସି ।
୨୨ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହା ଉତ୍ତର-ପୂର୍ବ ଦିଗରେ ଗତି କରିବ । ୨୪ରେ ଏହା ଅବପାତର ରୂପ ନେଇପାରେ । ଏହାର ପ୍ରଭାବେ ସମୁଦ୍ର ଅଶାନ୍ତ ରହିବ ।

୨୪ ଓ ୨୫ ତାରିଖର ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ ବିଭାଗ ।
ସେପଟେ ରାଜ୍ୟରେ ତାତି ବଢ଼ିଛି । ୨୧ ତାରିଖରେ ନୂଆପଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ବରଗଡ଼, ବୌଦ୍ଧ ଓ ବଲାଙ୍ଗୀରରେ ଗ୍ରୀଷ୍ମପ୍ରବାହ ବହିବ । ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳରେ ବର୍ଷା ହୋଇପାରେ । ୨୨ ତାରିଖରେ ନୂଆପଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ବରଗଡ଼, ବୌଦ୍ଧ ଓ ବଲାଙ୍ଗୀରରେ ଗ୍ରୀଷ୍ମପ୍ରବାହ ସ୍ଥିତି ରହିବ ।
ଦକ୍ଷିଣ ଓଡ଼ିଶା ଓ ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ । ୨୩ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ନୂଆପଡ଼ାରେ ଗ୍ରୀଷ୍ମପ୍ରବାହ ବହିପାରେ । ଉତ୍ତର ଓଡ଼ିଶା, ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୨୪ ଓ ୨୫ ତାରିଖରେ ଅଧିକ ବର୍ଷା ସମ୍ଭାବନା ଅଛି ।
୨୪ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ରହିଛି । ଏଠାରେ ୪୦ରୁ ୫୦ କି.ମି. ବେଗରେ ପବନ ବି ବହିପାରେ । ଜଗତସିଂହପୁର ଓ କେନ୍ଦ୍ରାପଡ଼ାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଓ କଟକରେ ଭାରୀ ବର୍ଷା ହେବ । ୨୫ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଜଗତସିଂହପୁର, କଟକ, ଯାଜପୁର ଓ କେନ୍ଦୁଝରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ












Click it and Unblock the Notifications