ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ଏସଆରସିଙ୍କ ବଡ ସୂଚନା; ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ବର୍ଷା ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ । ସ୍ବତନ୍ତ୍ର ରିଲିଫ କମିସନରଙ୍କ କାର୍ୟ୍ୟାଳୟରେ ଏନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା । ଏଥିରେ ସ୍ବତନ୍ତ୍ର ରିଲିଫ କମିସନର ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

SRC

ବିଭିନ୍ନ ସ୍ଥାନରେ ବର୍ଷା ସ୍ଥିତି ଓ ଏହାର ମୁକାବିଲା ନେଇ ବୈଠକରେ ଆଲୋଚନା କରାଯାଇଛି । ମାଲକାନଗିରି ଓ କୋରାପୁଟରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିବା ବେଳେ ପୁରୀ ସମେତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଏଥିସହ କୁହାଯାଇଛି କୋରାପୁଟରେ ସ୍ଥିତି ପ୍ରାୟ ସୁଧିରିଆସିଲାଣି । ମାଲକାନଗିରିରେ କାଲି୍ଠୁ ପ୍ରବଳ ବର୍ଷା ହେବା ସହ ତଳିଆ ଅଂଚଳରେ ସ୍ଥିତି ଉପରେ ନଜର ରହିଛି । ଜିଲ୍ଲା ପ୍ରଶାସନ ସହ ଯୋଗାଯୋଗରେ କହିବା ସହ କିଛି ସ୍ଥାନରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+