ଅବପାତ ବର୍ଷାକୁ ନେଇ ସବୁ ଜିଲ୍ଲାପାଳଙ୍କୁ SRCଙ୍କ ଚିଠି; ସବୁ ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ପରାମର୍ଶ ଦେଲେ SRC

ଅବପାତ ବର୍ଷାକୁ ନେଇ ସବୁ ଜିଲ୍ଲାପାଳଙ୍କୁ SRCଙ୍କ ଚିଠି। ସବୁ ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ପରାମର୍ଶ ଦେଲେ SRC।
ମୟୂରଭଞ୍ଜ, କେନ୍ଦୁଝରରେ ଭୀଷଣ ବର୍ଷା ସମ୍ଭାବନା ରହିଛି । ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା।

ଅନୁଗୁଳ, ଢେଙ୍କାନାଳ ଓ ସୁନ୍ଦରଗଡ଼ରେ ବି ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା। ଏହା ସହିତ ୨୮ ତାରିଖ ଯାଏ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

src

ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଅଞ୍ଚଳରେ ଏକ ଅବପାତ ସୃଷ୍ଟି ହୋଇଛି, ଯାହାକୁ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (IMD) ଗୁରୁତ୍ୱପୂର୍ଣ୍ଣ ସତର୍କ ସୂଚନା ଜାରି କରିଛି। ଏହି ଅବପାତ ପ୍ରଭାବରେ ଓଡ଼ିଶାରେ ୨୮ ଜୁଲାଇ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଅବପାତ ଆଗାମୀ ୨୪ ଘଣ୍ଟା ଭିତରେ ପ୍ରବଳ ହୋଇ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଦିଗ ଆଗ୍ରହୀ ହେବାର ସମ୍ଭାବନା ରହିଛି। ଏହା ଫଳରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଭାରୀ ବର୍ଷା ହୋଇପାରେ। ସେହିପରି, ସମୁଦ୍ର ଅଶାନ୍ତ ରହିବାରୁ ମତ୍ସ୍ୟଜୀବୀଙ୍କୁ ସତର୍କ ରହିବାକୁ କୁହାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+