ଖୋଲିଲା ଶ୍ରୀମନ୍ଦିର: ଜାନୁଆରୀ ୩ରୁ ସର୍ବସାଧାରଣ କରିବେ ଦର୍ଶନ, ଜାଣନ୍ତୁ କଣ ରହିଛି ନିୟମ
ଜାନୁଆରୀ ୩ରୁ ସର୍ବସାଧାରଣ କରିବେ ଦର୍ଶନ । ତେବେ ଏନେଇ ଆଜି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏସଓପି ଜାରି ହୋଇଛି ।
ପୁରୀ: ଦୀର୍ଘ ୯ମାସ ପରେ ଖୋଲିଛି ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର । ସିଂହ ଦ୍ୱାରରୁ ମହାପ୍ରଭୁଙ୍କୁ ଦେଖି ଭାବ ବିହ୍ବଳ ଭକ୍ତ । ତେବେ ପ୍ରଥମ ପର୍ଯ୍ୟାୟରେ କେବଳ ଶ୍ରୀମନ୍ଦିର ସେବାୟତଙ୍କୁ ଦର୍ଶନ ପାଇଁ ଅନୁମତି ମିଳିଛି । ଜାନୁଆରୀ ୩ରୁ ସର୍ବସାଧାରଣ କରିବେ ଦର୍ଶନ । ତେବେ ଏନେଇ ଆଜି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏସଓପି ଜାରି ହୋଇଛି ।

ନିୟମ ଅନୁସାରେ, ଶ୍ରୀମନ୍ଦିର ଭିତରକୁ ଭୋଗ, ଫୁଲ, ଦୀପ ନେବାକୁ ସଂପୂର୍ଣ୍ଣ ବାରଣ କରାଯାଇଛି। ଏହାସହ ମନ୍ଦିର ପରିସରରେ ଓ ଆନନ୍ଦ ବଜାରରେ ମହାପ୍ରସାଦ ସେବନ ପାଇଁ ମଧ୍ୟ ମନାକରାଯାଇଛି। ଦର୍ଶନ ପାଇଁ ଆସୁଥିବା ପୁରୀ ସହରବାସୀ ଟୋକନ ଆଣି ଆସିବେ। ଟୋକନ ସହ ଆଧାର କାର୍ଡ ବା ଭୋଟର କାର୍ଡ ଆଣି ଆସିବା ମଧ୍ୟ ଜରୁରୀ। ତେବେ କେବଳ ଏତିକି ନୁହେଁ ବରଂ ବର୍ତ୍ତମାନ ସମୟରେ ଶ୍ରୀମନ୍ଦିର ଭିତରେ ଦୀପ ଜାଳିବା ମଧ୍ୟ ମନା।
ତେବେ ପୂର୍ବରୁ ଘୋଷିତ ନିୟମ ସହ ଆଉ କିଛି ନିୟମ ମଧ୍ୟ ଯୋଡିଛି ମନ୍ଦିର ପ୍ରଶାସନ। ମନ୍ଦିର ଭିତରେ ଏବଂ ବାହାରେ ସବୁ ଦର୍ଶନାର୍ଥୀ ମାସ୍କ ପିନ୍ଧିବା ଜରୁରୀ। ଗୁରୁତ୍ୱପୂର୍ଣ୍ଣ କଥା ହେଲା ଶ୍ରୀମନ୍ଦିର ମଧ୍ୟରେ ପୂଜାପାଉଥିବା କୌଣସି ପ୍ରତିମାକୁ ଛୁଇଁବାକୁ ମଧ୍ୟ ବାରଣ କରାଯାଇଛି। ଏଥିସହିତ ମନ୍ଦିର ମଧ୍ୟକୁ ପ୍ରବେଶ ପୂର୍ବରୁ ହାତ ସାନିଟାଇଜ୍ କରିବାକୁ ପଡିବ । ୯୬ ଘଣ୍ଟା ଭିତରେ କୋଭିଡ୍ ରିପୋର୍ଟ ନେଗେଟିଭ ଥିବା ବାଧ୍ୟତାମୂଳକ ହୋଇଛି । ଏପରିକି କୋଭିଡ୍ ଗାଇଡଲାଇନ୍ ଅନୁସାରେ ସାମାଜିକ ଦୂରତା ବଜାୟ ରଖିବାକୁ ପଡିବ ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ











Click it and Unblock the Notifications