ଧୃତରାଷ୍ଟ୍ର’ଙ୍କ ଉଦାହରଣ ଦେଇ ଶ୍ରୀମୟୀଙ୍କ ନିଶାନା, କହିଲେ ଇତିହାସ ଅଯୋଗ୍ୟ ରାଜାଙ୍କୁ କେବେ କ୍ଷମା ଦେବ ନାହିଁ’
ସୋସିଆଲ ମିଡିଆରେ 'ଧୃତରାଷ୍ଟ୍ର'ଙ୍କ ଉଦାହରଣ ଦେଇ ଶ୍ରୀମୟୀ ମିଶ୍ର କାହା ନାଁ ନ ନେଇ କଡ଼ା ଆକ୍ଷେପ କରିଛନ୍ତି। ସେ କହିଛନ୍ତି, ଦ୍ରୌପଦୀଙ୍କୁ ଅପମାନ ହେଉଥିବା ସଭାରେ ରାଜା ଧୃତରାଷ୍ଟ୍ର ଅଧ୍ୟକ୍ଷତା କରିଥିଲେ। ଅନ୍ୟାୟ ବିଷୟରେ ଜାଣି ମଧ୍ୟ ସେ ଏହି ଅପମାନ ରୋକିବାକୁ ଚେଷ୍ଟା କରି ନ ଥିଲେ। ଧୃତରାଷ୍ଟ୍ରଙ୍କର ବିଶେଷତଃ ଦୁର୍ଯ୍ୟୋଧନ ପ୍ରତି ଅନ୍ଧ ପ୍ରୀତି ନୀରବ ରଖିଥିଲା। କିଛି ଲୋକ ଧୃତରାଷ୍ଟ୍ର ପରି ଅନ୍ଧ, ଅନ୍ୟାୟ ରୋକିବାକୁ ପ୍ରୟାସ କରନ୍ତି ନାହିଁ। ଇତିହାସ ଏପରି ଅଯୋଗ୍ୟ ରାଜାଙ୍କୁ କେବେ କ୍ଷମା ଦେବ ନାହିଁ ବୋଲି ସେ ସଫାସଫା କହିଛନ୍ତି।

କାରଣ ସେମାନଙ୍କର ନୀରବତା ଦୁଃଖଦ ପରିଣାମ ଆଣିଥାଏ। ମହିଳାଙ୍କୁ ଅପମାନିତ କରିବା ବ୍ୟକ୍ତି ମହିଳା ସଶକ୍ତୀକରଣ ସ୍ଲୋଗାନ ଦେଲେ ଜନେ ହସନ୍ତି ବୋଲି ସେ କହିଛନ୍ତି। ଏଥିସହିତ ସେ ଆହୁରି ମଧ୍ୟ କହିଛନ୍ତି, ଅନ୍ୟାୟର ଶିଡ଼ି ଚଢ଼ୁଥିବା ବ୍ୟକ୍ତି ନ୍ୟାୟମୂର୍ତ୍ତି ପାଇଁ ଚେଷ୍ଟା କରନ୍ତି ଯେଉଁଥିପାଇଁ ଜନେ ହସନ୍ତି। ତେବେ ସବୁଠୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍ କରି ଶ୍ରୀମୟୀ କୁଆଡ଼େ ଏମିତି କହିଛନ୍ତି ବୋଲି ରାଜନୈତିକ ମହଲରେ ଜୋର୍ଦାର ଚର୍ଚ୍ଚା ହେଉଛି।












Click it and Unblock the Notifications