କେରଳରେ ୟୁନିଭର୍ସିଟି ମ୍ୟୁଜିକ୍ କନସର୍ଟରେ ଦଳାଚକଟା, 4 ମୃତ
କୋଚି: କେରଳର ଏକ ୟୁନିଭର୍ସିଟିରେ ଦଳାଚକଟା । କୋଚିନ ୟୁନିଭର୍ସିଟି ଅଫ୍ ସାଇନ୍ସ ଆଣ୍ଡ ଟେକ୍ନୋଲୋଜିରେ ଆୟୋଜିତ ମ୍ୟୁଜିକ୍ କନସର୍ଟରେ ଦଳାଚକଟା ହୋଇଛି । ଦଳାଚକଟାରେ 4 ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି । ଏକାଧିକ ଛାତ୍ରଛାତ୍ରୀ ଆହତ । ସେମାନଙ୍କ ମଧ୍ୟରୁ 2 ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଅଷ୍ଟର ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଅନ୍ୟ 46 ଜଣ ଆହତଙ୍କୁ କାଲାମସେରୀ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଘଟଣା ସମ୍ପର୍କରେ ସୂଚନା ଦେଇ କେରଳ ସ୍ୱାସ୍ଥ୍ୟମନ୍ତ୍ରୀ ବୀଣା ଜର୍ଜ କହିଛନ୍ତି, ନିଖିତା ଗାନ୍ଧୀଙ୍କ ସଂଗୀତ ସମାରୋହ ସମୟରେ ଏହି ଅଘଟଣ ଘଟିଛି ।ବିଶ୍ୱବିଦ୍ୟାଳୟ ପରିସରରେ ଖୋଲା ଆକାଶ ଅଡିଟୋରିୟମରେ ସଂଗୀତ କନସର୍ଟ ଆୟୋଜିତ ହୋଇଥିଲା । ଆହତଙ୍କ ଚିକିତ୍ସା ପାଇଁ କଲାମାସେରି ମେଡିକାଲ କଲେଜରେ ବ୍ୟବସ୍ଥା କରାଯାଇଛି । ନିଖିତା ଗାନ୍ଧୀଙ୍କ ସଂଗୀତ ସମାରୋହ ଚାଲିଥିବା ବେଳେ ଯେଉଁ ଛାତ୍ରମାନେ ପଛରେ ଛିଡ଼ା ହୋଇ ମ୍ୟୁଜିକ ଶୁଣୁଥିଲେ ହଠାତ୍ ବର୍ଷା ହେବାରୁ ସେମାନେ ସବୁ ଷ୍ଟେଜ୍ ଫ୍ରଣ୍ଟକୁ ଦଉଡିବାକୁ ଲାଗିଲେ । ଏଥିପାଇଁ ଦଳଚକଟା ହୋଇଥିବା ସୂଚନା ମିଳିଛି ।
ଜରୁରୀକାଳୀନ ସେବା ଶୀଘ୍ର ଯୋଗାଇ ଦେବା ନେଇ ବ୍ୟବସ୍ଥା କରାଯାଇଛି । ପୀଡିତଙ୍କ ପାଇଁ ସମସ୍ତ ଆବଶ୍ୟକୀୟ ବ୍ୟବସ୍ଥା କରାଯାଇଥିବା କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ।
-
ଭାରତରେ ବଢ଼ିଲା ପେଟ୍ରୋଲ ଦାମ୍, ଆଜିଠାରୁ ପ୍ରତି ଲିଟର ପିଛା... -
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଏମ୍ଏସ୍ ଧୋନିଙ୍କ ନାଁରେ ଥିବା କ୍ରିକେଟ ଷ୍ଟାଡିୟମ ସିଲ୍












Click it and Unblock the Notifications