ଆଜି ବସିବ ରାଜ୍ୟ ବିଜେପିର କୋର୍ କମିଟି ବୈଠକ; ନୂଆପଡା ଉପନିର୍ବାଚନ ନେଇ ଆଲୋଚନା

ଆଜି ବସିବ ରାଜ୍ୟ ବିଜେପିର କୋର୍ କମିଟି ବୈଠକ । ରାଜ୍ୟ ବିଜେପି ସଭାପତିଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ରାଜ୍ୟ କାର୍ଯ୍ୟାଳୟରେ ଉପସ୍ଥିତ ରହିବେ କୋର୍ କମିଟି ସଦସ୍ୟ । ନୂଆପଡା ଉପନିର୍ବାଚନ ନେଇ ହୋଇପାରେ ଆଲୋଚନା । ନୂଆପଡ଼ା ପାଇଁ ପ୍ରାର୍ଥୀଙ୍କ ନାଁ ପଠାଇପାରେ ରାଜ୍ୟ ବିଜେପି । ଏହା ପରେ ବିଜେପି ପାର୍ଲାମେଣ୍ଟାରୀ ବୋର୍ଡର ବାଜିବ ମୋହର ।

State BJP core committee meeting

ଭାଜପାରେ ସାମିଲ ହେବାପରେ ଜୟ ଢୋଲକିଆ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦଳ ଯାହା ଦାୟିତ୍ୱ ଦେବ ତାହାକୁ ପାଳନ କରିବି।ରାଜ୍ୟରେ ଚାଲିଥିବା ବିକାଶ ଧାରାରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛି।ବାପାଙ୍କ ଅଧୂରା ସ୍ବପ୍ନ ପୂରଣ ଓ ସମାଜ ସେବା କ୍ଷେତ୍ରରେ କାର୍ଯ୍ୟ କରିବି।

ପୂର୍ବତନ ବିଧାୟକ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦଳୀୟ ଉତ୍ତରୀୟ ଏବଂ ଟୋପି ପିନ୍ଧାଇ ଜୟଙ୍କୁ ସ୍ବାଗତ କରିଛନ୍ତି। ନୂଆପଡ଼ା ଉପନିର୍ବାଚନରେ ଜୟ ଭାଜପା ପ୍ରାର୍ଥୀ ହେବା ସମ୍ଭାବନା ଥିବା ରାଜନୈତିକ ମହଲରେ ଜୋର୍‌ଦାର୍‌ ଚର୍ଚ୍ଚା ହେଉଛି।

ଜୟଙ୍କ ବାପା ବିଜେଡରେ ଥିବାରୁ ସେ ମଧ୍ୟ ବିଜେଡିରୁ ପ୍ରାର୍ଥୀ ହେବେ ବୋଲି କୁହାଯାଉଥିଲା। ଯାହାଦ୍ୱାରା ବିଜେଡିକୁ ସିମ୍ପାଥି ଭୋଟ ମଧ୍ୟ ମିଳିଥାଆନ୍ତା। କିନ୍ତୁ ନବୀନ ଦିଲ୍ଲୀରୁ ଫେରୁ ଫେରୁ ଜୟଙ୍କ ପଦ୍ମ ଧରିବା ରାଜନୈତିକ ମହଲରେ ଝଡ ସୃଷ୍ଟି କରିଛି। ଯଦି ଭାଜପା ପକ୍ଷରୁ ଜୟ ପ୍ରାର୍ଥୀ ହୁଅନ୍ତି ତେବେ ବିଜେଡିରୁ କିଏ ପ୍ରାର୍ଥୀ ହେବେ ସେନେଇ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି।

ସବୁଠାରୁ ବଡ଼ କଥା ହେଲା ଯେ ବିଜେଡିର ପଦଯାତ୍ରାରେ ଜୟଙ୍କୁ ଦେଖିବାକୁ ମିଳି ନ ଥିଲା। ସେବେଠାରୁ ଏକ ପ୍ରକାର ନିଶ୍ଚିତ ହୋଇଥିଲା ଯେ, ଜୟ ଢୋଲକିଆ ଭାଜପା ଆଡ଼କୁ ଢଳିଥିଲେ। ନୂଆଦିଲ୍ଲୀରେ ଭାଜପାର କେନ୍ଦ୍ରୀୟ ନେତୃତ୍ବଙ୍କୁ ଦେଖା କରିଥିଲେ। ଜୟ ଭାଜପା ପ୍ରାର୍ଥୀ ହେଲେ ନୂଆପଡ଼ାର ଅଙ୍କ ଓଲଟପାଲଟ ହୋଇଯିବ ଏବଂ ଭାଜପାର ବିଜୟ ସହଜସାଧ୍ୟ ହୋଇଯିବ ବୋଲି ରାଜନୈତିକ ସମୀକ୍ଷକମାନେ ମତ ଦେଉଛନ୍ତି। ତେଣେ ଏହା ବିଜେଡି ଲାଗି ମୁଣ୍ଡବ୍ୟଥାର କାରଣ ବି ହେବ।

୨୦୨୪ ସାଧାରଣ ନିର୍ବାଚନରେ ଏହି ଆସନ ବିଜେଡି ହାତରେ ରହିଥିଲା। ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ବିଜୟୀ ହୋଇଥିଲେ। ସ୍ବାଧୀନ ପ୍ରାର୍ଥୀ ଭାବେ ଘାସିରାମ ମାଝୀ ଦ୍ୱିତୀୟ ସ୍ଥାନରେ ଥିଲେ। ବର୍ତ୍ତମାନ କଂଗ୍ରେସ ଏହି ଉପନିର୍ବାଚନ ଲାଗି ଘାସିରାମଙ୍କୁ ଦଳୀୟ ପ୍ରାର୍ଥୀ ଭାବେ ଘୋଷଣା କରିସାରିଛି। ଭାଜପା ପକ୍ଷରୁ ପୂର୍ବତନ ଏମପି ବସନ୍ତ ପଣ୍ଡାଙ୍କ ପୁଅ ଅଭିନନ୍ଦନ ପଣ୍ଡା ତୃତୀୟ ସ୍ଥାନରେ ରହିଥିଲେ। କିନ୍ତୁ ଏବେ ଜୟ ଢୋଲକିଆଙ୍କୁ ଭାଜପା ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଛି। ଗତ ମାସ ୮ ତାରିଖରେ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ଏହି ଆସନରେ ଉପନିର୍ବାଚନ ହେବାକୁ ଯାଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+