State Cabinet: ରାଜ୍ୟ କ୍ୟାବିନେଟରେ ୮ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ
ରାଜ୍ୟ କ୍ୟାବିନେଟରେ ଆଜି ସନ୍ଧ୍ୟାରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଅନେକ ବିଭାଗ ଓ କାର୍ଯ୍ୟଶୈଳୀ ଉପରେ ସମୀକ୍ଷା ହୋଇଥିଲା । ଏହି ବୈଠକରେ ୮ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଥିବା ଜଣାପଡ଼ିଛି ।
ଏଥିରେ ୫ଟି ମତ୍ସ୍ଯ ଓ ପ୍ରାଣୀ ସମ୍ପଦ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ପ୍ରାଣୀ ସମ୍ପଦ ସମୃଦ୍ଧି ଯୋଜନାରେ ୫ବର୍ଷରେ ଖର୍ଚ୍ଚ ହେବ ୧୦୩୧ କୋଟି । ୩ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେବେ । ୫ଲକ୍ଷ ଅଣ୍ଡା ପ୍ରତିଦିନ ଉତ୍ପାଦନ ହେବ । ୯୫.୫୮ ମେଟ୍ରିକ ଟନ କୁକୁଡ଼ା ମାଂସ ଉତ୍ପାଦନ ହେବ । ମତ୍ସ୍ୟ କ୍ଷେତ୍ରରେ ଭିତ୍ତିଭୂମି ସୃଦୁଢ ପାଇଁ ୩ ବର୍ଷ ପାଇଁ ୪୪୯ କୋଟି ଟଙ୍କା ଖର୍ଚ୍ଚ ହେବ ।

ଗୋମାତା ନାଁରେ ଯୋଜନା ଆସିବ । ୩ ବର୍ଷ ପାଇଁ ୩୪୨ କୋଟି ଟଙ୍କା ଖର୍ଚ୍ଚ ହେବ । ବାର୍ଷିକ ୨.୫ କୋଟି ଭ୍ୟାକ୍ସିନ, ୧.୩୦ କୋଟି ପ୍ରାଣୀଧନ ଚିକିତ୍ସା କରାଯିବ ବୋଲି କ୍ଯାବିନେଟରେ ନିଷ୍ପତ୍ତି ହୋଇଛି । ଜଳ ସମ୍ପଦ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟକ୍ରମରେ ୯୬୫୨ କୋଟି ବ୍ୟୟବରାଦକୁ କ୍ୟାବିନେଟ ଅନୁମୋଦନ କରିଛି । ଏହି କାର୍ଯ୍ୟକ୍ରମରେ ୬୪୩୫ ହେକ୍ଟର ସେଚ ଅଞ୍ଚଳ ଏବଂ ୧ଲକ୍ଷ ୫୮ହଜାର ହେକ୍ଟର ଅତିରିକ୍ତ ସେଚ ଜଳ ସୃଷ୍ଟି କରାଯିବ । ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଧେୟକ-୨୦୨୪ ପ୍ରଣୟନକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି । କୌଣସି ସରକାରୀ ପରୀକ୍ଷା ପ୍ରକ୍ରିୟାରେ ବ୍ୟାଘାତ କିମ୍ବା ଚଞ୍ଚକତା କଲେ ରହିବ ଦଣ୍ଡ ବିଧାନ । ୩ ରୁ ୫ ବର୍ଷ ଜେଲ ସହ ୧୦ ଲକ୍ଷ ଜୋରିମାନା ରାଶି ଦେବାକୁ ହେବ । ସେବା ପ୍ରଦାନକାରୀକୁ ୧ କୋଟି ପର୍ଯ୍ୟନ୍ତ ଜୋରିମାନା ହୋଇପାରେ ।
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ମିଳୁନି ସିଲିଣ୍ଡର ; ଘରେ ଲୁଚାଇ ରଖିଥିଲେ ୫୫ ଗ୍ୟାସ୍ ସିଲିଣ୍ଡର, ଜବତ କଲା ପ୍ରଶାସନ -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ପୁଣି ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ, ଅନେକ ମୃତାହତ -
ହର୍ମୁଜ ପ୍ରଣାଳୀ ବନ୍ଦ ରହିବା ଉଚିତ୍- ମୋଜତାବା












Click it and Unblock the Notifications