ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୬ ପ୍ରସ୍ତାବକୁ ମଞ୍ଜୁରୀ

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୬ଟି ପ୍ରସ୍ତାବ ଉପରେ ମୋହର ବାଜିଛି । କ୍ରୀଡା ଯୁବ ବ୍ୟାପାର, ଅର୍ଥ, ଜଳସଂପଦ, ସ୍ୱାସ୍ଥ୍ୟ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ପରି ଅନେକ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ୍‌ ମୋହର ବାଜିଛି ।

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୬ଟି ପ୍ରସ୍ତାବ ଉପରେ ମୋହର ବାଜିଛି । କ୍ରୀଡା ଯୁବ ବ୍ୟାପାର, ଅର୍ଥ, ଜଳସଂପଦ, ସ୍ୱାସ୍ଥ୍ୟ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ପରି ଅନେକ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ୍‌ ମୋହର ବାଜିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଏସବୁ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି ।

Odisha Cabinet Meeting

ଅପର ଇନ୍ଦ୍ରାବତୀ ଦକ୍ଷିଣ ପାର୍ଶ୍ୱ କେନାଲର ପୁନରୁଦ୍ଧାରକୁ କ୍ୟାବିନେଟର ଅନୁମୋଦନ । ଖର୍ଚ୍ଚ ହେବ ୧୪୮କୋଟି ୧୨ଲକ୍ଷ ୬୫ହଜାର ୮୯୪. ୩୦ କୋଟି ଟଙ୍କା । ଏଥିରେ କଳାହାଣ୍ଡି ଜିଲ୍ଲାର ୪୨ହଜାର ୪୫୫ ହେକ୍ଟର ଚାଷ ଜମି ଜଳସେଚିତ ହେବ । କଳାହାଣ୍ଡି ଜିଲ୍ଲାର ୧୫୨୬୦ ହେକ୍ଟର ଚାଷଜମିକୁ ଜଳ ଯୋଗାଣ କରାଯିବ । ଏଥିପାଇଁ ଧନ୍ୟବାଦ ଜଣାଇଛନ୍ତି ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ।

ସେହପରି ୮୯ ଗୋଟି ବହୁମୁଖୀ କ୍ରୀଡ଼ା ବିପର୍ଯ୍ୟୟ ଆଶ୍ରୟସ୍ଥଳ ଏବଂ ଚିକିତ୍ସାଳୟ ଉପଯୋଗୀ ଇନଡୋର ଷ୍ଟାଡିୟମ ନିର୍ମାଣକୁ ମଞ୍ଜୁରୀ ମିଳିଛି । ଏଥିପାଇଁ ୬୯୩.୩୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ଓ ୧୮ମାସ ମଧ୍ୟରେ ଏହା ସମ୍ପୂର୍ଣ୍ଣ କରାଯିବ। ରାଜ୍ୟରେ କ୍ରୀଡ଼ା ବିକାଶ କ୍ଷେତ୍ରରେ ଏହା ଏକ ବଳିଷ୍ଟ ପଦଷକ୍ଷପ ହେବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+