ରାଜ୍ୟ କ୍ୟାବିନେଟ୍ରେ ୪ ବିଭାଗର ୫ ପ୍ରସ୍ତାବକୁ ଅନୁମୋଦନ
ରାଜ୍ୟ କ୍ୟାବିନେଟର ୨୯ ତମ ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ମୁଖ୍ୟ ଶାସନ ସଚିବ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ। କ୍ୟାବିନେଟ ବୈଠକରେ ମୋଟ ୪ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲl।
ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ଗୋଟିଏ, କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ଗୋଟିଏ, ବାଣିଜ୍ୟ ଓ ପରିବହନ ବିଭାଗର ୧ଟି ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ୨ଟି ଏହିଭଳି ମୋଟ ୫ଟି ପ୍ରସ୍ତାବ ଉପରେ ଆଲୋଚନା କରାଯାଇ ଅନୁମୋଦନ କରାଯାଇଥିଲା।ମୁଖ୍ୟ ଶାସନ ସଚିବ କହିଛନ୍ତି, ଆଜି କ୍ୟାବିନେଟ୍ରେ ଅନୁମୋଦନ ମିଳିଥିବା ପ୍ରସ୍ତାବ ମଧ୍ୟରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ଗୋଟିଏ, କୃଷି ଓ କୃଷକ ସଶକ୍ତି କରଣ ବିଭାଗର ଗୋଟିଏ, ବାଣିଜ୍ୟ ଓ ପରିବହନ ବିଭାଗର ଗୋଟିଏ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ୨ଟି ସାମିଲ ରହିଛି।

ଶ୍ରୀ ଆହୁଜା କହିଛନ୍ତି, ଆଗାମୀ ୧୦ ବର୍ଷ ପାଇଁ ୨୦୦ଟି ଇ-ବସ୍ ରାଜ୍ୟରେ ଚାଲିବ। ଏଥିରେ ପ୍ରଥମକରି ଅନୁଗୁଳ, ଝାରସୁଗୁଡ଼ା, କେଉଁଝର ଓ ବାରିପଦାରେ ୨୫ ଲେଖାଏଁ ନୂଆ ଇ-ବସ୍ ଚାଲିବ। ସେହିଭଳି ବ୍ରହ୍ମପୁର ଓ ସମ୍ବଲପୁର ୫୦ ବସ୍ ଚାଲିବ। ଏଥିପାଇଁ ୯୫୨.୫୬ କୋଟି ଟଙ୍କା ଖର୍ଚ୍ଚ ହେବ। ଏଣିକି ଆହାର ଯୋଜନା ପାଇଁ ଖର୍ଚ୍ଚ ରାଜ୍ୟ ସରକାର ନିଜେ ବହନ କରିବେ। ଏଥିପାଇଁ ୫ ବର୍ଷ ପାଇଁ ୫୧୨ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications