State Cabinet: ଆଜି ଅପରାହ୍ନରେ ବସିବ କ୍ୟାବିନେଟ୍ ବୈଠକ
ଆଜି ଅପରାହ୍ନରେ ବସିବ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ବୈଠକରେ ମନ୍ତ୍ରୀ ପରିଷଦ ସଭ୍ୟ ଓ ବିଭାଗୀୟ ସଚିବ ରହିବେ। ବିଭିନ୍ନ ବିଭାଗର ପ୍ରସ୍ତାବରେ ବାଜିପାରେ କ୍ୟାବିନେଟ୍ ମୋହର।

ତେବେ ଆଜିର ବୈଠକରେ କେଉଁ ସବୁ ନିଷ୍ପତ୍ତି ନିଆଯିବ । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ହେଲେ ମିଳିଥିବା ଖବର ଅନୁସାରେ, କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ କ୍ୟାବିନେଟ୍ର ମୋହର ।
ସୂଚନା ଅନୁସାରେ ଜାନୁୟାରୀ ୨୨ରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । କ୍ୟାବିନେଟ 10 ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଥିଲେ ମୁଖ୍ୟମନ୍ତ୍ରୀ । ବିଦ୍ୟାଳୟ ଓ ଗଣଶିକ୍ଷା, ଆଇନ, ଶକ୍ତି, ପଞ୍ଚାୟତିରାଜ ଏବଂ ପାନୀୟ ଜଳ, ଅର୍ଥ, କୃଷି ଏବଂ କୃଷକ ସଶକ୍ତିକରଣ, ସ୍ୱାସ୍ଥ୍ୟ ଓ ସୂଚନା ଏବଂ ପ୍ରଯୁକ୍ତି ବିଦ୍ୟା ବିଭାଗର ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଥିଲା ।
ଆସନ୍ତା ୧୩ ତାରିଖରୁ ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ତେଣୁ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ସମେତ ବିଧାନସଭାରେ ଆଗତ ହେବାକୁ ଥିବା ବିଭିନ୍ନ ବିଲକୁ କ୍ୟାବିନେଟରେ ଉପସ୍ଥାପନ କରାଯାଇପାରେ । କ୍ୟାବିନେଟ ବୈଠକ ସରିଲା ପରେ ମନ୍ତ୍ରୀ ପରିଷଦ ବୈଠକ ବସିବା ନେଇ ମଧ୍ୟ କାର୍ଯ୍ୟକ୍ରମ ରହିଛି ।
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ମିଳୁନି ସିଲିଣ୍ଡର ; ଘରେ ଲୁଚାଇ ରଖିଥିଲେ ୫୫ ଗ୍ୟାସ୍ ସିଲିଣ୍ଡର, ଜବତ କଲା ପ୍ରଶାସନ -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ପୁଣି ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ, ଅନେକ ମୃତାହତ -
ହର୍ମୁଜ ପ୍ରଣାଳୀ ବନ୍ଦ ରହିବା ଉଚିତ୍- ମୋଜତାବା












Click it and Unblock the Notifications