ରାଜ୍ୟ କ୍ୟାବିନେଟରେ ୩ଟି ପ୍ରସ୍ତାବ ଉପରେ ମୋହର, ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ଚାକିରି
ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି । ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି।ଅବିବାହିତା ଝିଅଙ୍କୁ ନିଯୁକ୍ତି ପାଇଁ କ୍ୟାବିନେଟ୍ରେ ନିଷ୍ପତ୍ତି। ଅଗ୍ନିବୀରଙ୍କୁ ନେଇ କ୍ୟାବିନେଟରେ ବଡ଼ ନିଷ୍ପତ୍ତି। ଅଗ୍ନିବୀରଙ୍କ ପାଇଁ ରାଜ୍ୟ ୟୁନିଫର୍ମ ସର୍ଭିସରେ ୧୦% ସ୍ଥାନ ସଂରକ୍ଷଣକୁ ମଞ୍ଜୁରୀ ।

ରାଜ୍ୟ ସରକାର ଗୁରୁବାର କ୍ୟାବିନେଟ୍ରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କ୍ୟାବିନେଟ୍ ବୈଠକରେ ଅଗ୍ନିବୀରଙ୍କୁ ନେଇ ଆଜି ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଅଗ୍ନିବୀରଙ୍କ ପାଇଁ ରାଜ୍ୟ ୟୁନିଫର୍ମ ସର୍ଭିସ୍ରେ ୧୦% ସ୍ଥାନ ସଂରକ୍ଷଣକୁ ମଞ୍ଜୁରୀ ମିଳିଥିବା ବେଳେ ଗୋଟିଏ ବର୍ଷ ଟ୍ରେନିଂ ଏବଂ ୪ ବର୍ଷ ଚାକିରି ପରେ ବି ନିଯୁକ୍ତି ମିଳିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ପୋଲିସ, ଅଗ୍ନିଶମ ଓ ବନବିଭାଗରେ ୧୦% ସଂରକ୍ଷଣ ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର।
ସେହିପରି ଆଜିର କ୍ୟାବିନେଟ୍ରେ ବୈଠକରେ ସରକାର ଆଉ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ଚାକିରି ମିଳିବ। ଖାଲି ଏତିକି ନୁହେଁ ମା'-ବାପାଙ୍କ ଉପରେ ନିର୍ଭର କରୁଥିବା ବିବାହିତ ଝିଅ/ ସାବତ ଝିଅଙ୍କୁ ମଧ୍ୟ ଚାକିରି ସୁବିଧା ମିଳିବ।












Click it and Unblock the Notifications