ରାଜ୍ୟ କ୍ୟାବିନେଟରେ ବଡ ନିଷ୍ପତ୍ତି: ଗାଁରେ ମିଳିବ ସ୍ବଚ୍ଛ ପାନୀୟ ଜଳ
ରାଜ୍ୟର ପ୍ରତ୍ୟେକ ପରିବାରକୁ ମିଳିବ ସ୍ବଚ୍ଛ ପାନୀୟ ଜଳ । ଏଥିପାଇଁ ଆଜି ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି । ୪ ଜିଲ୍ଲାର ୧୨ ଲକ୍ଷ ଲୋକଙ୍କୁ ମିଳିବ ସ୍ୱଚ୍ଛ ପାନୀୟ ଜଳ । ୪ ଜିଲ୍ଲା ପାଇଁ ୧୨୮୦କୋଟି ଟଙ୍କାର ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି ।
ଭୁବନେଶ୍ବର: ରାଜ୍ୟର ପ୍ରତ୍ୟେକ ପରିବାରକୁ ମିଳିବ ସ୍ବଚ୍ଛ ପାନୀୟ ଜଳ । ଏଥିପାଇଁ ଆଜି ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି । ୪ ଜିଲ୍ଲାର ୧୨ ଲକ୍ଷ ଲୋକଙ୍କୁ ମିଳିବ ସ୍ୱଚ୍ଛ ପାନୀୟ ଜଳ । ୪ ଜିଲ୍ଲା ପାଇଁ ୧୨୮୦କୋଟି ଟଙ୍କାର ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ଗଞ୍ଜାମ, ରାୟଗଡ଼ା, କନ୍ଧମାଳ ଓ ବୌଦ୍ଧ ଜିଲ୍ଲା ଉପକୃତ ହେବ । ଏ ସମ୍ପର୍କୀତ ୩ଟି ଟେଣ୍ଡରକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି ।

ଉକ୍ତ ପ୍ରକଳ୍ପ ଦ୍ୱାରା ଉପରୋକ୍ତ ଜିଲ୍ଲାର ୪ଗୋଟି ବ୍ଲକ୍ ଅଧିନରେ ଥିବା ୮୬ଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୩୦୪ଟି ଗ୍ରାମରେ ବସବାସ କରୁଥିବା ପ୍ରାୟ ୬,୬୪,୩୧୩ ଜଣ ଜନସାଧାରଣଙ୍କୁ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ । ସେଥି ମଧ୍ୟରୁ ରଙ୍ଗେଇଲୁଣ୍ଡା ବ୍ଲକ୍ ଅଧିନରେ ଥିବା ୩୩ ଗୋଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୮୧ଟି ଗ୍ରାମର ପ୍ରାୟ ୧,୫୪,୬୨୧ଜଣ ଲୋକ, ଗଞ୍ଜାମ୍ ବ୍ଲକ୍ ଅଧିନରେ ଥିବା ୨ଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୭୪ଟି ଗ୍ରାମର ପ୍ରାୟ ୧ଲକ୍ଷ ୩୫ ହଜାର ୪୨୨ଜଣ ଲୋକ ଓ ଖଲିକୋଟ ବ୍ଲକ ଅଧିନରେ ଥିବା ୩୦ଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୧୪୩ଟି ଗ୍ରାମର ପ୍ରାୟ ୩ ଲକ୍ଷ୍ୟ ୫୮ ହଜାର ୫୬୮ ଜଣ ଲୋକ ଏହି ପାନୀୟ ଜଳ ପ୍ରକଳ୍ପରେ ଉପକୃତ ହୋଇପାରିବେ ।
ସୂଚନାଥାଉ କି, ଆଜି ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏସବୁ ନିଷ୍ପତ୍ତି ଗୁଡ଼ିକ ଅର୍ଥ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସାଧାରଣ ପ୍ରଶାସନ ଓ ଅଭିଯୋଗ, ଗୃହ, ଅବକାରୀ, ଶ୍ରମ ଓ ଇଏସଆଇ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ସହ ସମ୍ପର୍କିତ ବୋଲି ଜଣାପଡ଼ିଛି । ଏହି ୧୬ଟି ବୃହତ ପ୍ରସ୍ତାବ ସହ ବିଧାନସଭାର ସତ୍ରାବସାନ ପ୍ରସ୍ତାବକୁ ବି ଏହି କ୍ୟାବିନେଟ ବୈଠକରେ ମଞ୍ଜୁରୀ ମିଳିଛି ।
-
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ -
ସାବଧାନ ! ଖାଉଛନ୍ତି କଞ୍ଚା ଆମ୍ବ ତେବେ ନିହାତି ଜାଣନ୍ତୁ ଏହି କଥା, ନଚେତ୍... -
ଯୁଦ୍ଧ ଭିତରେ ଖସିଲା ସୁନା ରୂପା ଦାମ, ଜାଣନ୍ତୁ କେତେ ? -
୨୧ ଯାଏଁ କୁଆପଥର ବର୍ଷା ସମ୍ଭାବନା, ଆଜି ପାଇଁ ଆଲର୍ଟ ଜାରି -
SCB ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ନିର୍ବାଚନ ପୂର୍ବରୁ ମମତାଙ୍କୁ ଝଟକା, ଆକ୍ସନ ମୁଡକୁ ଆସିଲେ ନିର୍ବାଚନ କମିଶନ











Click it and Unblock the Notifications