ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ, ଏହି ସବୁ ପ୍ରସ୍ତାବ ଉପରେ ବାଜିପାରେ ମୋହର
ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଗୁରୁବାର ସନ୍ଧ୍ୟା 6.30 ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ବହୁ ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବ ।

ପଞ୍ଚାୟତିରାଜ, ସ୍ୱାସ୍ଥ୍ୟ, ଉଚ୍ଚଶିକ୍ଷା, ନଗର ଉନ୍ନୟନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ମିଶନ ଶକ୍ତି, ଶିଳ୍ପ, ସାଧାରଣ ପ୍ରଶାସନ ଆଦି ବିଭାଗର ପ୍ରାୟ 16 ଟି ପ୍ରସ୍ତାବ ଉପରେ ମୋହର ବାଜିବାର ସମ୍ଭାବନା ରହିଛି ।
ତେବେ କ୍ୟାବିନେଟକୁ ଆସିବାକୁ ଥିବା ଏଜେଣ୍ଡାଗୁଡ଼ିକୁ ସମ୍ପୂର୍ଣ୍ଣ ଗୁପ୍ତ ରଖାଯାଇଛି । ଆଗକୁ ନିର୍ବାଚନ ଥିବାରୁ ରାଜ୍ୟ ସରକାର କିଛି ନୂଆ ଯୋଜନା ଘୋଷଣା କରିବା ସମ୍ଭାବନା ରହିଛି । ଏଥିସହିତ ବିଭିନ୍ନ ବିଭାଗର ସରକାରୀ କର୍ମଚାରୀଙ୍କ ପାଇଁ କ୍ୟାଡର ପୁନର୍ଗଠନ ଉପରେ ମଧ୍ୟ ନିଷ୍ପତ୍ତି ହୋଇପାରେ ।












Click it and Unblock the Notifications