କରୋନା ଅପଡେଟ୍ : 24 ଘଣ୍ଟାରେ 79 ନୂତନ ସଂକ୍ରମିତ ଚିହ୍ନଟ
ଏବେ ବି କରୋନାରେ ଲାଗୁନି ଲଗାମ । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ 79 ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ 45 ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଭୁବନେଶ୍ୱର : ଏବେ ବି କରୋନାରେ ଲାଗୁନି ଲଗାମ । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ 79 ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ 45 ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ 33 ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି 18 ବର୍ଷ ବୟସ ମଧ୍ୟରେ 3 ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା 1334955କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ଜଣେ, ବାଲେଶ୍ୱରରୁ 10ଜଣ, ବରଗଡ଼ରୁ ଦୁଇ ଜଣ, କଟକରୁ ଦୁଇ ଜଣ, ଗଞ୍ଜାମରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ତିନି ଜଣ, ଯାଜପୁରରୁ 2 ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ 13ଜଣ, କୋରାପୁଟରୁ ଜଣେ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ 2ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଚାରି ଜଣ, ସମ୍ବଲପୁର ଜିଲ୍ଲାରୁ 18 ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ 12ଜଣ, ଷ୍ଟେଟ ପୁଲ୍ରୁ 3ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ 592ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ 1325111 ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ 33660561 ସାମ୍ପୁଲ ପରୀକ୍ଷା କରାଯାଇଛି।












Click it and Unblock the Notifications