ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ କଲେ ରାଜ୍ୟ ସରକାର !
ରାଜଧାନୀ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପର ପୁରୁଣା କଣ୍ଟ୍ରାକ୍ଟକୁ ରାଜ୍ୟ ସରକାର ବାତିଲ୍ କରିଛନ୍ତି। ସିଇଆଇଜିଆଇଏଲ୍ ଇଣ୍ଡିଆ ଲିମିଟେଡ୍ ଏବଂ ଦିଲ୍ଲୀ ମେଟ୍ରୋ ରେଲ୍ କର୍ପୋରେସନ୍ ଲିମିଟେଡ୍କୁ ପୂର୍ବ ସରକାର କଣ୍ଟ୍ରାକ୍ଟ ଦେଇଥିଲେ। କିନ୍ତୁ ଏହି ଦୁଇ କଂପାନି ରାଜ୍ୟ ସରକାରଙ୍କ ଅନୁରୋଧ ସତ୍ତ୍ବେ ନିୟମ ଅନୁଯାୟୀ ଉପଯୁକ୍ତ କ୍ଷତିପୂରଣ ଦେଇନାହାନ୍ତି। ଏପରିକି ଦୁଇ କଂପାନି ମେଟ୍ରୋ ରେଳ ପ୍ରକଳ୍ପକୁ ନଷ୍ଟ କରିଥିବା ଅଭିଯୋଗ ଆଣି ଓଡ଼ିଶା ସରକାର ଏଭଳି କଠୋର ପଦକ୍ଷେପ ନେଇଥିବା କୁହାଯାଇଛି। ୨୦୨୪ ନିର୍ବାଚନ ପୂର୍ବରୁ ପୂର୍ବ ସରକାର ମେଟ୍ରୋ ପ୍ରକଳ୍ପର ନିଅଁ ଦେଇଥିଲେ । ୨୦୨୪-୨୫ ବଜେଟରେ ଏ ପ୍ରକଳ୍ପ ପାଇଁ ଅର୍ଥ ବରାଦ ହେଲା ।

ଆରମ୍ଭରୁ କୁହାଗଲା, ସହର ଉପରେ ଏଲିଭେଟେଡ୍ କରିଡରରେ ମେଟ୍ରୋ ରେଳ ପଥ ନିର୍ମାଣ ହେବ । କିଛି ମାସ ପାଇଁ ସହରରେ ମାଟି ପରୀକ୍ଷା ପାଇଁ ଖୋଳାତଡ଼ା ଆରମ୍ଭ ହେଲା । ପୁଣି କ'ଣ ହେଲା କେଜାଣି ସବୁ କାମ ବନ୍ଦ, ନିର୍ମାଣ ସାମଗ୍ରୀ ଉଠାଇ ନିଆଗଲା । ବର୍ତ୍ତମାନ ସରକାର କହୁଛନ୍ତି, ମାଟି ତଳେ ମେଟ୍ରୋ ଚାଲିବ । ମେଟ୍ରୋ ରେଳ ପାଇଁ କମିଟି ଗଠନ କରାଯାଇଛି । ଗତ ୧୬ ତାରିଖରେ ଏ ନେଇ ବୈଠକ ବସିଥିଲା । ମେଟ୍ରୋ ପ୍ରକଳ୍ପକୁ ନେଇ ବାରମ୍ବାର ଭିନ୍ନ କଥା, ଭିନ୍ନ ଢାଞ୍ଚା, ନୂଆ ବୟାନବାଜି ନେଇ ମେଟ୍ରୋ ପ୍ରକଳ୍ପକୁ ନେଇ ଲୋକଙ୍କ ମନରେ ଦ୍ୱନ୍ଦ୍ୱ ସୃଷ୍ଟି ହେଲାଣି ।
ତେବେ ଭୁବନେଶ୍ବର ମେଟ୍ରୋ ନେଇ କମିଟି ଗଠନ ହୋଇଛି । ଏହି କମିଟି ଥରେ ବୈଠକ କରିଛି । ଆଗକୁ ପୁଣି ବୈଠକ ବସି ଆଲୋଚନା ହେବ । ନୂଆ ଡିପିଆର୍ ପ୍ରସ୍ତୁତ ପରେ କେନ୍ଦ୍ରକୁ ପ୍ରସ୍ତାବ ପଠାଯିବ । କେନ୍ଦ୍ରର ସହଯୋଗରେ ପ୍ରକଳ୍ପ ହେବ । ନୂଆ ଢାଞ୍ଚାରେ ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ ।
-
ସମ୍ରାଟ ଚୌଧୁରୀ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ହେଲେ ବିଧାୟକ ଦଳ ନେତା -
୭୮ ବର୍ଷ ବୟସରେ ପାଦ ଥାପିଲା ଭୁବନେଶ୍ୱର, ସମୟ ସହ ବଦଳିଛି.. -
ଆଲୋଚନା ବିଫଳ ପରେ ବଢ଼ିଲା ଟେନସନ୍, ଇରାନ ବନ୍ଦରକୁ ସାମୁଦ୍ରିକ ପରିବହନ ବନ୍ଦ କରିବ ଆମେରିକା -
ଆଜିଠୁ ଭିତର ରତ୍ନଭଣ୍ଡାରରେ ହେବ ଗଣତିମଣତି -
ରାଜ୍ୟରେ ଲାଗୁହେଲା ଓଡ଼ିଶା ସରକାରୀ ବିଶ୍ୱ ବିଦ୍ୟାଳୟ ଅଧିନିୟମ-୨୦୨୬ -
ଆଜି ଆଶାତାଇଙ୍କ ଶେଷକୃତ୍ୟ -
ନୂଆଦିଲ୍ଲୀ ବିଜ୍ଞାନ ଭବନରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀ, କାର୍ଯ୍ୟକ୍ରମକୁ ସମ୍ବୋଧନ କଲେ ମୋଦୀ -
ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି, ମହାପ୍ରଭୁଙ୍କୁ ଦର୍ଶନ କରିବେ ହଜାର ହଜାର ସଂଖ୍ୟାର ଭକ୍ତ -
ବକେୟା ବିଲ୍ ଥିଲେ ବି ବିଦ୍ୟୁତ୍ କାଟ ନୁହେଁ : ଶକ୍ତି ମନ୍ତ୍ରୀଙ୍କ ନିର୍ଦ୍ଦେଶ -
ଯୁବବର୍ଗଙ୍କ ଆର୍ଥିକ ସଚେତନତା ଓ ଦାୟିତ୍ୱବୋଧତା ସମୃଦ୍ଧ ଓଡ଼ିଶା ଗଠନର ମୂଳଦୁଆ ପକାଇବ : ମୁଖ୍ୟମନ୍ତ୍ରୀ -
Adani Green Energy Limited ESG ରେଟିଂରେ ନମ୍ବର 1—87.3 ସ୍କୋର ସହ ଦେଶରେ ଶୀର୍ଷରେ -
ନୀତିଶ ଯୁଗ’ର ଅନ୍ତ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା





Click it and Unblock the Notifications